Masthead

ଓଡ଼ିଶାକୁ ନାହିଁ ବାତ୍ୟା ବିପଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରର ଲଘୁଚାପ ଆଜି ଅବପାତର ରୂପ ନେବ । ଦିନକ ପରେ ଅର୍ଥାତ ୩ ତାରିଖ ରବିବାର ଏହା ବାତ୍ୟାରେ ରୂପାନ୍ତର ହୋଇପାରେ । ବାତ୍ୟାରେ ପରିଣତ ହେବା ପରେ ୪ ତାରିଖ ସକାଳେ ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ର ଉପକୂଳ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ଓଡ଼ିଶାରୁ ଟଳିଛି ବାତ୍ୟା ବିପଦ। ତାମିଲନାଡୁରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁପାରେ ବାତ୍ୟା ମିଗଜାଉଂ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଓ୍ବେଲମାର୍କ ଲୋ ପ୍ରେସର ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଜି ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚି ଆହୁରି ଘନୀଭୂତ ହୋଇ ୩ ତାରିଖ ବେଳକୁ ବାତ୍ୟାରେ ପରିଣତ ହୋଇପାରେ । ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୪ ତାରିଖ ଭୋରରୁ ଉତ୍ତର ତାମିଲନାଡୁରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା