Masthead

ଜଗା ଦର୍ଶନ ହେବ ସହଜ, ବଡଦାଣ୍ଡରେ ଭକ୍ତଙ୍କ ପାଇଁ ଏସି ଟନେଲ

ପୁରୀ(ବଡ଼ ଖବର ବ୍ୟୁର): ବଡ଼ଦାଣ୍ଡରେ ହେବ ଏସି ଟନେଲ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଏହି ଏସି ଟନେଲ ନିର୍ମାଣ କରାଯିବ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଆସୁଥିବା ଭକ୍ତଙ୍କୁ ମିଳିବ ଭିନ୍ନ ଅନୁଭୂତି । ମରିଚକୋଟ ଛକରୁ ବଡ଼ଦାଣ୍ଡରେ ସିଂହଦ୍ୱାର ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ପାଇଁ ସେଂଟ୍ରାଲ୍ ଏସି ଟନେଲର ବ୍ୟବସ୍ଥା କରାଯିବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଏହି କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ଡିସେମ୍ବର ୫ ତାରିଖ ସୁଦ୍ଧା ମରିଚିକୋଟ ଛକରୁ ସିଂହଦ୍ୱାର ପର୍ଯ୍ୟନ୍ତ ଉଠା ଦୋକାନୀଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଦୋକାନୀମାନଙ୍କୁ ଶ୍ରୀସେତୁ ନିକଟରେ ଥଇଥାନ କରିବାକୁ ଯୋଜାନ କରାଯାଇଛି । ସେହିପରି ଉଠା ଦୋକାନୀଙ୍କୁ ଆର୍ଥିକ ସହାୟତା ଦେବାକୁ ଯୋଜନା ହୋଇଛି । ଉଠାଦୋକାନ ହଟାଇ ସିଂଦ୍ୱାର ପର୍ଯ୍ୟନ୍ତ ଏକ ଏସି ଟନେଲ ବା’ ଲମ୍ବା ଛାୟାପ୍ରଦ ଛାଉଣି କରାଯିବ । ଏଥିରେ ସେଂଟ୍ରାଲ୍ ଏସି ବ୍ୟବସ୍ଥା ରହିବ । ଭକ୍ତମାନଙ୍କ ବିଶ୍ରାମ ପାଇଁ ମଝିରେ ମଝିରେ ବସିବା ବ୍ୟବସ୍ଥା ରହିବ । ଏପଟେ ପୁରୀ ଆସୁଥିବା ଭକ୍ତ ଓ ଦର୍ଶନାର୍ଥୀଙ୍କ ପାଇଁ ଖୋଲିଛି ଜେଲରୋଡ୍ ମଲ୍ଟି ଲେବଲ୍ କାର ପାର୍କିଂ । ଅତିରିକ୍ତ ଜିଲ୍ଲପାଳ ଏହାର ଶୁଭ ଉଦଘାଟନ କରିଛନ୍ତି ।

ଏହି ପାର୍କିଂ ପ୍ରାୟ ୫ଶହ କାର୍ ଓ ୫ଶହ ବାଇକ୍ ଏକକାଳୀନ ରହିପାରିବ । ଜଗନ୍ନାଥ ବଲ୍ଲଭ ପାର୍କିଂ ଫୁଲ୍ ହୋଇଯିବା ପରେ ଏହି ମଲ୍ଟି ଲେବଲ ପାର୍କିଂକୁ ବ୍ୟବହାର କରାଯାଇଛି । ଭୁବନେଶ୍ୱର ପରେ ଓଡ଼ିଶାର ଏହା ଦ୍ୱିତୀୟ ମଲ୍ଟି ଲେବଲ୍ କାର ପାର୍କିଂ । ଏହି ବ୍ୟବସ୍ଥା ଦ୍ୱାରା ଶ୍ରଦ୍ଧାଳୁ ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ