Masthead

ଓଡ଼ିଶାକୁ ନାହିଁ ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ନାହିଁ ବାତ୍ୟା କିନ୍ତୁ ପଡିବ ପ୍ରଭାବ। ଦକ୍ଷିଣ ଓଡ଼ିଶାରେ ବାତ୍ୟା ମିଚାଉଁର ବଡ ପ୍ରଭାବ ପଡିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ଘନୀଭୂତ ହେବାରେ ଲାଗିଛି । ଏହା ଆଜି ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଆସନ୍ତାକାଲି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେଇପାରେ।

୪ ତାରିଖ ସଂଧ୍ୟାରେ ଚେନ୍ନାଇ ଓ ଆନ୍ଧ୍ରର ମଚ୍ଛଲିପଟ୍ଟନମ୍ ମଝିରେ ଏହା ଉପକୂଳ ଛୁଇଁବା ପରେ ଓଡ଼ିଶା ମୁହାଁ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଅର୍ଥାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଏହା ଗତି କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଭଳି ଯଦି ହୁଏ ତେବେ ଆସନ୍ତାକାଲି ଓ ୪ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବର୍ଷା ପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ବହିବ। ସବୁ ବନ୍ଦରକୁ ୧ନମ୍ବର ବିପଦ ସଙ୍କେତ ଜାରି ହୋଇଛି ।

୫ରୁ ୭ତାରିଖ ପର୍ୟ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା। ୪ ତାରିଖ ସନ୍ଧ୍ୟାରେ ଉତ୍ତର ତାମିଲନାଡୁ ଏବଂ ମଛଲିପଟ୍ଟନମ ମଝିରେ ସ୍ଥଳଭାଗ ଛୁଇଁବ ବାତ୍ୟା ମିଚାଉଁ । ବ୍ୟାପକ ଧାନ ଫସଲ ନଷ୍ଟ ହେବା ଆଶଙ୍କା ରହିଛି । ସେହିପରି ୫ ଓ ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ତେଣୁ ଏହି ୫ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପଟେ ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ଗତକାଲିଠାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଗଲାଣି । ଚେନ୍ନାଇ, କାଞ୍ଚିପୁରମ୍, ସୋଲିଙ୍ଗାନାଲୁର, ପଲ୍ଲିକରନାଇ, ଥିରୁବଲ୍ଲୁର ଭଳି ବିଭିନ୍ନ ଜିଲ୍ଲା ଜଳାର୍ଣ୍ଣବ ହୋଇଛି । ତାମିଲନାଡୁରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏନଡିଆରଏଫ ଟିମ୍‌କୁ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼