Masthead

୪ର୍ଥ ଟି-୨୦ ବିଜୟ ସହ ସିରିଜ ହାତେଇଲା ଭାରତ

ରାୟପୁର (ବଡ଼ ଖବର ବ୍ୟୁରୋ): ରାୟପୁର ଟି-୨୦ରେ ଭାରତର ବିଜୟ। ଅଷ୍ଟ୍ରେଲିଆକୁ ୨୦ ରନରେ ହରାଇଲା ଭାରତ। ୪ର୍ଥ ଟି-୨୦ ବିଜୟ ସହ ସିରିଜ ହାତେଇଲା ଭାରତ। ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୩-୧ରେ ଅଗ୍ରଣୀ ରହିଛି। ରାୟପୁରର ସହିଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମଠାରେ ଖେଳାଯାଇଥିବା ୪ର୍ଥ ଟି-୨୦ରେ ଅଷ୍ଟ୍ରେଲିଆକୁ ୨୦ ରନରେ ହରାଇ ଭାରତ ସିରିଜ ଜିତିଛି। ଭାରତ ପକ୍ଷରୁ ରଖାଯାଇଥିବା ୧୭୫ ରନ ବିଜୟ ଲକ୍ଷ୍ୟ ଜବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ମାତ୍ର ୧୫୪ ରନ କରିପାରିଥିଲା।

ଦଳ ପକ୍ଷରୁ ଅଧିନାୟକ ମାଥ୍ୟୁ ୱାଡେ ୩୬ ରନ, ଟ୍ରାଭିସ୍ ହେଡ୍ ୩୧ରନ ଓ ମାଥ୍ୟ ସର୍ଟ ୨୨ ରନ କରିଥିଲେ । ଭାରତ ପକ୍ଷରୁ ଅକ୍ଷର ପଟେଲ ୩ ୱିକେଟ ନେଇଥିବାବେଳେ ଦୀପକ ଚହର ୨ଟି ଓ୍ବିକେଟ୍ ନେଇଥିଲେ। ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତର ଦୁଇ ଓପନର ଋତୁରାଜ ଗାକ୍ୱାଡ୍ ଓ ଯଶସ୍ବୀ ଜୟସ୍ବାଲ ସତର୍କତାର ସହ ଇନିଂସ ଆରମ୍ଭ କରିଥିଲେ। ଉଭୟ ପ୍ରଥମ ୱିକେଟ ଯୋଡ଼ିରେ ୫୦ ରନ କରିଥିଲେ। ଜୟସ୍ବାଲ ୩୭, ଶ୍ରେୟସ ଆୟର ୮ ଓ ଅଧିନାୟକ ସୂର୍ୟ୍ୟକୁମାର ୧ ରନ କରି ଆଉଟ ହୋଇଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ବେନ ଡ୍ବାରସୁଇସ୍ ୩ଟି ୱିକେଟ ନେଇଥିବାବେଳେ ଜାସନ ବେହେରେନଡ୍ରଫ ଓ ତନବୀନ ସାଙ୍ଗା ୨ଟି ଲେଖାଏଁ ୱିକେଟ ହାସଲ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ