ନବନିର୍ମାଣ କୃଷକ ସଙ୍ଗଠନର ଧାରଣା

ଭଦ୍ରକ, (ବଡ଼ ଖବର ବ୍ୟୁରୋ): ସାତଦଫା ଦାବିନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଧାରଣା। ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି ସଂଗଠନ କର୍ମକର୍ତ୍ତା। ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାରଙ୍କ ନେତୃତ୍ୱରେ ଧାରଣା ଦିଆଯାଇଛି। ରିଲିଫ୍ କୋଡ୍ ସଂଶୋଧନ, ପ୍ରତେକ ଚାଷୀ ପରିବାରକୁ ୫ ହଜାର ଟଙ୍କାର ସୁରକ୍ଷା ପ୍ରଦାନ, ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ୭ ହଜାର ୫୦୦ଟଙ୍କା ପ୍ରଦାନ ଆଦି ଦାବି ରହିଛି। ଜିଲ୍ଲାର ବିଭିନ୍ନ ସ୍ଥାନରୁ ଚାଷୀମାନେ ଆସି ଏହି ଧାରଣାରେ ଯୋଗଦେଇଛନ୍ତି।

ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାରଙ୍କ ସମେତ ଜିଲ୍ଲା ସଂଯୋଜକ ତ୍ରିଲୋଚନ ପଣ୍ଡା ଏବଂ ଅନ୍ୟ କର୍ମକର୍ତ୍ତାମାନେ ଏଥିରେ ସାମିଲ ହୋଇଛନ୍ତି। ଗତ ସେପ୍ଟେମ୍ବର ୧୪ ତାରିଖରେ କଣ୍ଟିଘାଇ ନିକଟରେ ଏକ ସମ୍ମିଳନୀ କରି ସମସ୍ୟା ସମ୍ପର୍କରେ ସରକାରଙ୍କୁ ଅବଗତ କରାଇଥିଲେ ମଧ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଇ ନ ଥିବା ଅଭିଯୋଗ ହୋଇଛି। ଆଜିଯାଏ କୌଣସି ସ୍ଥାୟୀ ପ୍ରତିକାର ହୋଇପାରୁନି। ତେଣୁ ଏହି ଗଣସତ୍ୟାଗ୍ରହ ମାଧ୍ୟମରେ ଆଉଥରେ ସରକାରଙ୍କୁ ଚେତାବନୀ ଦେଇଛି ନବନିର୍ମାଣ କୃଷକ ସଂଗଠନ। ଆଗାମୀ ଦିନରେ ସରକାର ଯଦି ଚାଷୀଙ୍କ ଦାବି ପୂରଣ ନ କରନ୍ତି ତେବେ ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ଚେତାବନୀ ଦିଆଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ