Masthead

ଆନ୍ଧ୍ର ଦେଇ ଗତି କରିବ ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ୧୨ ଘଣ୍ଟାରେ ସାଇକ୍ଲୋନିକ ଷ୍ଟୋର୍ମରେ ପରିଣତ ହେବାର ସମ୍ଭାବନା ରହିଛି । ମଙ୍ଗଳବାର ଦକ୍ଷିଣ ଆନ୍ଧ୍ରରେ ଉପକୂଳ ଛୁଇଁବାର ଅନୁମାନ । ପ୍ରଭାବରେ ଓଡ଼ିଶାରେ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ । ୬ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ଚେତାବନୀ । ଆନ୍ଧ୍ରର ନେଲୋର ଓ ମଛଲିପଟ୍ଟନମ ମଝିରେ ଅତିକ୍ରମ କରିବ ବାତ୍ୟା। ଅତିକ୍ରମ ବେଳେ ପବନର ବେଗ ସର୍ବାଧିକ ୧୦୦ କିଲୋମିଟର ରହିବ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଆଜି ଠୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ। ସେହିପରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ହୋଇଛି। ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଏବଂ କୋରାପୁଟରେ ୭୦ରୁ ୨୦୦ ମିଲିମିଟର ବର୍ଷିବା ନେଇ ଚେତାବନୀ ଦିଆଯାଇଛି। ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି 🔴 ଘୁରି ବୁଲୁଛି ନକଲି ଟେମ୍ପୁଲ୍‌ ସ୍କ୍ୱାଡ୍‌ ନିଯୁକ୍ତିପତ୍ର 🔴 ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ 🔴 ଖସିଲା ସିଲିଂ, ବର୍ତ୍ତିଗଲେ ନବଜାତକ ଏବଂ ପ୍ରସୂତି 🔴 ଦିଲ୍ଲୀ ଫେରି ଯିବେ ରାଷ୍ଟ୍ରପତି 🔴 ବଢ଼ିବ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ବନ୍ୟା ଧୋଇନେଲା ଚାଷ, ଏବେ ଚିନ୍ତାରେ ଚାଷୀ 🔴 ସମୁଦ୍ର ବାଲିକୁ ବି ଛାଡ଼ିଲେନି ବାଲି ମାଫିଆ 🔴 ନବମ ଛାତ୍ରଙ୍କୁ ନିସ୍ତୁକ ମାରିଲେ ଦଶମ ଛାତ୍ର 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି 🔴 ଘୁରି ବୁଲୁଛି ନକଲି ଟେମ୍ପୁଲ୍‌ ସ୍କ୍ୱାଡ୍‌ ନିଯୁକ୍ତିପତ୍ର 🔴 ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ 🔴 ଖସିଲା ସିଲିଂ, ବର୍ତ୍ତିଗଲେ ନବଜାତକ ଏବଂ ପ୍ରସୂତି 🔴 ଦିଲ୍ଲୀ ଫେରି ଯିବେ ରାଷ୍ଟ୍ରପତି 🔴 ବଢ଼ିବ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ବନ୍ୟା ଧୋଇନେଲା ଚାଷ, ଏବେ ଚିନ୍ତାରେ ଚାଷୀ 🔴 ସମୁଦ୍ର ବାଲିକୁ ବି ଛାଡ଼ିଲେନି ବାଲି ମାଫିଆ 🔴 ନବମ ଛାତ୍ରଙ୍କୁ ନିସ୍ତୁକ ମାରିଲେ ଦଶମ ଛାତ୍ର