Masthead

ଭୂମିହୀନଙ୍କୁ ମିଳିଲା ଭୂମି ଅଧିକାର ପ୍ରମାଣପତ୍ର

ଅନୁଗୁଳ, (ବଡ଼ ଖବର ବ୍ୟୁରୋ): ଦୀର୍ଘଦିନ ପରେ ଭୂମିହୀନଙ୍କୁ ମିଳିଲା ଭୂମି ଅଧିକାର ପ୍ରମାଣପତ୍ର। ଓଡ଼ିଶା ସରକାରଙ୍କ ବସ୍ତିବାସିନ୍ଦା ଭୂମି ଅଧିକାର ଆଇନ ଅନୁସାରେ ଅନୁଗୁଳରେ ଭୂମିହୀନଙ୍କୁ ଆଜି ଭୂମି ଅଧିକାର ପ୍ରମାଣପତ୍ର ବଣ୍ଟନ କରାଯାଇଛି। ତିନୋଟି ବସ୍ତିରେ ଜମିପଟ୍ଟା ପ୍ରଦାନ କରାଯାଇଛି। ଅନୁଗୁଳ ପୌରପାଳିକାର ୧୭ ନମ୍ବର ୱାର୍ଡ ଭରତନଗର ବସ୍ତିର ୫୦ ଜଣ ହିତାଧିକାରୀଙ୍କୁ ପ୍ରମାଣପତ୍ର ଦିଆଯାଇଛି। ଢେଙ୍କାନାଳ ଲୋକସଭା ସାଂସଦ ମହେଶ ସାହୁ ଏହି ପ୍ରମାଣପତ୍ର ବାଣ୍ଟିଛନ୍ତି। କାର୍ୟ୍ୟକ୍ରମରେ ଅନୁଗୁଳ ଉପଜିଲ୍ଲାପାଳ ବାସୁଦେବ ଶତପଥୀ ଏବଂ ପୌର ନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ। ଏହାଦ୍ୱାରା ରାଜ୍ୟ ସରକାରଙ୍କ ଜାଗା ମିଶନ ସଫଳ ହେବା ସହ ସମସ୍ତ ଭୂମିହୀନ ଥଇଥାନ ହୋଇପାରିବେ ବୋଲି ସାଂସଦ ସାହୁ କହିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ