Masthead

ଆଜିଠୁ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ସଂସଦର ଶୀତକାଳୀନ ଅଧିବେଶନ । ଏହି ଅଧିବେଶନ ଡିସେମ୍ବର ୨୨ ତାରିଖ ଯାଏଁ ଚାଲିବ । ୧୯ ଦିନ ମଧ୍ୟରେ ୧୫ କାର୍ଯ୍ୟ ଦିବସ ରହିଥିବାବେଳେ ୨୧ଟି ବିଲ୍ ଉପସ୍ଥାପନ କରାଯିବା ନେଇ ସ୍ଥିର କରାଯାଇଛି । ଏହା ୧୭ତମ ଲୋକସଭାର ଶେଷ ଅଧିବେଶନ ହେବା ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ସୂଚନା ଦେଇଛନ୍ତି । ଅଧିବେଶନର ପ୍ରଥମ ଦିନରେ ସାଂସଦ ମହୁଆ ମୈତ୍ରଙ୍କ ବିରୋଧରେ ‘ପ୍ରଶ୍ନ ପାଇଁ ଲାଞ୍ଚ’ ମାମଲାରେ ସଦାଚାର କମିଟି ରିପୋର୍ଟ ଉପସ୍ଥାପନ କରାଯିବାର କାର୍ଯ୍ୟକ୍ରମ ରହିଛି ।

ଏହି ଅଧିବେଶନ ଉଭୟ ଶାସକ ଏବଂ ବିରୋଧୀ ଦଳ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିବା ପାଇଁ ଯଥା ସମ୍ଭବ ଚେଷ୍ଟା କରିବେ ତେଣୁ ପ୍ରଥମ ଦିନରୁ ହିଁ ଲୋକସଭା ସରଗରମ ରହିବ ବୋଲି ସମ୍ଭାବନା ବ୍ୟକ୍ତ କରାଯାଇଛି । ସେହିପରି ଆଇପିସି ଓ ସିଆରପିସି ସଂଶୋଧନ ବିଧେୟକ ସଂସଦରେ ଉପସ୍ଥାପିତ ହୋଇପାରେ । ଚଳିତ ଅଧିବେଶନରେ ମୋଟ ୨୧ଟି ବିଧେୟକ ଆଗତ କରିବାକୁ ସୂଚୀବଦ୍ଧ ହୋଇଥିବା ସୂଚନା ମିଳିଛ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ