Masthead

ଆଜିଠୁ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ସଂସଦର ଶୀତକାଳୀନ ଅଧିବେଶନ । ଏହି ଅଧିବେଶନ ଡିସେମ୍ବର ୨୨ ତାରିଖ ଯାଏଁ ଚାଲିବ । ୧୯ ଦିନ ମଧ୍ୟରେ ୧୫ କାର୍ଯ୍ୟ ଦିବସ ରହିଥିବାବେଳେ ୨୧ଟି ବିଲ୍ ଉପସ୍ଥାପନ କରାଯିବା ନେଇ ସ୍ଥିର କରାଯାଇଛି । ଏହା ୧୭ତମ ଲୋକସଭାର ଶେଷ ଅଧିବେଶନ ହେବା ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ସୂଚନା ଦେଇଛନ୍ତି । ଅଧିବେଶନର ପ୍ରଥମ ଦିନରେ ସାଂସଦ ମହୁଆ ମୈତ୍ରଙ୍କ ବିରୋଧରେ ‘ପ୍ରଶ୍ନ ପାଇଁ ଲାଞ୍ଚ’ ମାମଲାରେ ସଦାଚାର କମିଟି ରିପୋର୍ଟ ଉପସ୍ଥାପନ କରାଯିବାର କାର୍ଯ୍ୟକ୍ରମ ରହିଛି ।

ଏହି ଅଧିବେଶନ ଉଭୟ ଶାସକ ଏବଂ ବିରୋଧୀ ଦଳ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିବା ପାଇଁ ଯଥା ସମ୍ଭବ ଚେଷ୍ଟା କରିବେ ତେଣୁ ପ୍ରଥମ ଦିନରୁ ହିଁ ଲୋକସଭା ସରଗରମ ରହିବ ବୋଲି ସମ୍ଭାବନା ବ୍ୟକ୍ତ କରାଯାଇଛି । ସେହିପରି ଆଇପିସି ଓ ସିଆରପିସି ସଂଶୋଧନ ବିଧେୟକ ସଂସଦରେ ଉପସ୍ଥାପିତ ହୋଇପାରେ । ଚଳିତ ଅଧିବେଶନରେ ମୋଟ ୨୧ଟି ବିଧେୟକ ଆଗତ କରିବାକୁ ସୂଚୀବଦ୍ଧ ହୋଇଥିବା ସୂଚନା ମିଳିଛ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼