Masthead

୧୦ କିମି ବେଗରେ ଆଗକୁ ବଢୁଛି ବାତ୍ୟା ‘ମିଗଜୋମ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉଗ୍ରରୂପ ଧାରଣ କରି ସ୍ଥଳଭାଗ ମୁହାଁ ଭୀଷଣ ବାତ୍ୟା ମିଗଜୋମ । କିଛି ଘଣ୍ଟାରେ ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ ମିଗଜୋମ । ନେଲୋର-ମଚ୍ଛଲିପଟନମ ମଝି ବାପଟଲାରେ ସ୍ଥଳଭାଗ ଅତିକ୍ରମ କରିବ । ଏବେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ‘ମିଗଜୋମ’ । ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି ‘ମିଗଜୋମ’ । ନେଲୋରରୁ ୩୦ ଓ ବାପଟ୍‌ଲାରୁ ୧୩୦ କିମି ଦୂରରେ ‘ମିଗଜୋମ’ । ପ୍ରଭାବରେ ସର୍ବାଧିକ ୧୧୦ କିମି ବେଗରେ ପବନ ବହିପାରେ ।

ସେପଟେ ବାତ୍ୟା ମିଗଜୋମ୍ ପ୍ରଭାବରେ ଚେନ୍ନାଇର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ଯୋଗୁଁ ପ୍ରଭାବିତ ହୋଇଛି ସାଧାରଣ ଜୀବନ । ବଙ୍ଗୋପସାଗରରେ ସକ୍ରିୟ ବାତ୍ୟା ମିଗଜୋମ୍ ଅଧିକ ଘନୀଭୂତ ହେବା ସହ ଭୀଷଣ ବାତ୍ୟାର ରୂପ ନେଇଛି । ଦକ୍ଷିଣପଶ୍ଚିମ ପାଶ୍ୱବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୦ କଲୋମିଟର ବେଗରେ ଆଗକୁ ବଢୁଛି ବାତ୍ୟା । ତେବେ ଗୁରୁବାର ପୂର୍ବାହ୍ନରେ ଏହା ଆନ୍ଧ୍ରର ନେଲୋର ଓ ମଚ୍ଛିଲିପଟ୍ଟନମ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା