Masthead

୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ମିଗଜୋମ୍। ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଜଣାଇଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।

ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବର୍ଷାର ପ୍ରଭାବ ଆଗାମୀ ୨୪ ଘଂଟା ଯାଏଁ ରହିବ। ବାତ୍ୟା ‘ମିଗଜୋମ’ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତି ଜିଲ୍ଲାରେ ଆଜି ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି। ସେପଟେ ବର୍ଷା ଯୋଗୁଁ କୋରାପୁଟରେ ମାଟିଅତଡା ଧସିଛି । ବୋରାରୁ ଶିବଲିଙ୍ଗପୁରମ ମଧ୍ୟରେ ମାଟି ଅତଡା ଧସିବାରୁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ମାଲବାହୀ ଟ୍ରେନ ହଠାତ୍ ବ୍ରେକ ମାରିବାରୁ ଇଂଜିନ ଓ ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼