Masthead

୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ମିଗଜୋମ୍। ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଜଣାଇଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।

ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବର୍ଷାର ପ୍ରଭାବ ଆଗାମୀ ୨୪ ଘଂଟା ଯାଏଁ ରହିବ। ବାତ୍ୟା ‘ମିଗଜୋମ’ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତି ଜିଲ୍ଲାରେ ଆଜି ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି। ସେପଟେ ବର୍ଷା ଯୋଗୁଁ କୋରାପୁଟରେ ମାଟିଅତଡା ଧସିଛି । ବୋରାରୁ ଶିବଲିଙ୍ଗପୁରମ ମଧ୍ୟରେ ମାଟି ଅତଡା ଧସିବାରୁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ମାଲବାହୀ ଟ୍ରେନ ହଠାତ୍ ବ୍ରେକ ମାରିବାରୁ ଇଂଜିନ ଓ ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’