Masthead

ଚେନ୍ନାଇରେ ବର୍ଷା ତାଣ୍ଡବ, ଗଲାଣି ୧୭ ଜୀବନ

ଚେନ୍ନାଇ (ବଡ଼ ଖବର ବ୍ୟୁରୋ): ବର୍ଷାରେ ବେହାଲ ଚେନ୍ନାଇ । ଯୁଆଡେ ଚାହିଁଲେ ଖାଲି ପାଣି ଆଉ ପାଣି । ଘର ଭାସୁଛି । ଗାଡି ବି ଭାସୁଛି । ବିମାନବନ୍ଦର ବି ଜଳମଗ୍ନ । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଯାହା ଫଳରେ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି । କେଉଁଠି ଘର ଭିତରେ ବର୍ଷା ପାଣି ପସିଛି, ତ ପୁଣି କେଉଁଠି ପାଣିରେ କାର ଭାସିବାର ଦୃଶ୍ୟ ସାମ୍ନାକୁ ଆସିଛି । ରାସ୍ତା ଉପରେ ଅନେକ ଗାଡି ଅଟକି ରହିଛି । ଆମ୍ବୁଲାନ୍ସ ମଧ୍ୟ ଯିବାରେ ଅସୁବିଧା ସୃଷ୍ଟି ହୋଇଛି ।

ପ୍ରବଳ ବର୍ଷା ଯୋଗୁ ଗଲାଣି ୧୭ ଜଣଙ୍କ ଜୀବନ । ତଳିଆ ଅଂଚଳ ସମେତ ରାସ୍ତାଘାଟ ଜଳାର୍ଣ୍ଣବ ହୋଇଛି । ଲୋକମାନଙ୍କ ଘରେ ମଧ୍ୟ ବର୍ଷା ପାଣି ପଶିଯାଇଛି । ଯାହା ଫଳରେ ବିଭିନ୍ନ ସ୍ଥାନରେ ଲୋକେ ଫସି ରହିଛନ୍ତି । ବିଦ୍ୟୁତ ଓ ଟେଲି ଯୋଗାଯୋଗ ମଧ୍ୟ ପ୍ରଭାବିତ ହୋଇଛି । ପାଣି ଘେରରେ ଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ବୋଟ୍, ଟ୍ରାକ୍ଟର ବ୍ୟବହାର କରାଯାଉଛି । ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ୍, ଏସଡିଆରଏଫ୍ ଓ ଅଗ୍ନିଶମ ବାହିନୀକୁ ମୁତୟନ କରାଯାଇଛି ।

ରାଜ୍ୟରେ ୧୦୦ରୁ ଅଧିକ ଟ୍ରେନ୍ ଓ ୫୦ରୁ ଅଧିକ ବିମାନ ଉଡାଣ ବାତିଲ କରାଯାଇଛି । ସେପଟେ ବର୍ଷା ଯୋଗୁ ଟ୍ରେନ ବାତିଲ ହୋଇଥିବା ବେଳେ ବିମାନ ଚଳାଚଳ ବାତିଲ କରିଦିଆଯାଇଛି । ରାସ୍ତା ସଫା ପାଇଁ ଯୁଦ୍ଧକାଳୀନ ଭିତିରେ ଉଦ୍ୟମ ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେଉଥିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ