Masthead

ଜଣେ ବି ଗରିବ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବେ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା। ଜଣେ ବି ଗରିବ ଲୋକକୁ ଏଥିରୁ ବଞ୍ଚିତ ହେବାକୁ ଦେବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଧାନ ସଂଗ୍ରହ ପଞ୍ଜୀକରଣଠାରୁ ଆରମ୍ଭ କରି ରାସନକାର୍ଡ ଆବେଦନ ପର୍ଯ୍ୟନ୍ତ ସବୁ କାମ ଅନ୍‌ଲାଇନ ମାଧ୍ୟମରେ ଆରମ୍ଭ କରିଛି। ଲୋକମାନେ ଏବେ ଘରେ ବସି ସବୁ ସୁବିଧା ପାଇପାରିବେ। ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଏହି କାର୍ଯ୍ୟର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏହାକୁ ସ୍ୱଚ୍ଛତା ଓ ଦକ୍ଷତା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବର୍ଣ୍ଣନା କରିଥିଲେ। ସେ କହିଥିଲେ, ରାଜ୍ୟ ସରକାର ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସହିତ ରାଜ୍ୟ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ପଡ଼ିଥିବା ୨୫ ଲକ୍ଷ ଲୋକଙ୍କୁ ସାମିଲ କରିଛନ୍ତି। ରାଜ୍ୟରେ ସାଢ଼େ ତିନି କୋଟିରୁ ଅଧିକ ଲୋକ ଖାଦ୍ୟ ସୁରକ୍ଷାରେ ସାମିଲ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟବାସୀ ଏହି ବିଭାଗ ସହ ସିଧାସଳଖ ଯୋଡ଼ି ହୋଇ ରହିଛନ୍ତି। ତେଣୁ ସାଧାରଣ ଲୋକ ପରିବର୍ତ୍ତନର ସୁଫଳ ଯେପରି ଠିକ୍‌ ଭାବରେ ପାଇପାରିବେ, ସେଥିପାଇଁ ଅନ୍‌ଲାଇନ ବ୍ୟବସ୍ଥା ସମ୍ପର୍କରେ ବ୍ୟାପକ ସଚେତନତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ମାସକ ମଧ୍ୟରେ କେତେ ଲୋକ ଏହି ଅନ୍‌ଲାଇନ ସୁବିଧାର ବ୍ୟବହାର କଲେ, ସେ ସମ୍ପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ୪ଟି ସେବା ପାଇଁ ଅନ୍‌ଲାଇନ ବ୍ୟବସ୍ଥା ଆରମ୍ଭ କରାଯାଇଛି। ଏଗୁଡ଼ିକ ହେଲା, ଧାନ ବିକ୍ରୟ ପାଇଁ ଚାଷୀମାନଙ୍କ ପଞ୍ଜୀକରଣ, ରାସନ କାର୍ଡ ପାଇଁ ଆବେଦନ ଓ ସଂଶୋଧନ ଇତ୍ୟାଦି, ସୁଲଭ ମୂଲ୍ୟ ଦୋକାନ ପାଇଁ ଲାଇସେନ୍‌ସ ଫି ପ୍ରଦାନ ଏବଂ ସୁଲଭ ମୂଲ୍ୟ ଦୋକାନଗୁଡ଼ିକ ଦ୍ୱାରା ଖାଦ୍ୟଶସ୍ୟର ମୂଲ୍ୟ ପ୍ରଦାନ। ଏସବୁ ସୁବିଧାଗୁଡ଼ିକ www.foododisha.inରେ ସିଟିଜେନ୍ ସର୍ଭିସ ଲିଙ୍କରେ ମିଳିପାରିବ। ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଲେ ଯେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ବିଭାଗ ପ୍ରତିଶ୍ରୁତିବଦ୍ଧ ହୋଇ କାର୍ଯ୍ୟ କରୁଛି। ଆଜିର ଏହି ଅନ୍‌ଲାଇନ ସେବାଗୁଡ଼ିକ ଏ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ବିଭାଗୀୟ ସଚିବ ବୀରବିକ୍ରମ ଯାଦବ ସମସ୍ତଙ୍କୁ ସ୍ୱାଗତ ଗତ କରି ନୂତନ ସେବା ସମ୍ପର୍କରେ ଅବଗତ କରିଥିଲେ। ବିଭାଗର ଯୁଗ୍ମ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ, ଅର୍ଥ ବିଭାଗ ପ୍ରମୁଖ ସଚିବ ଏ.କେ ମୀନା ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା