Masthead

ରାସ୍ତାରେ କାର ଅଟକାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ମଦ କାଉଣ୍ଟର କର୍ମଚାରୀଙ୍କୁ ମାଡ଼ ମାରିବା ସହିତ କାର ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କା । ଆହତ କର୍ମଚାରୀ ଜଣଙ୍କ କମର୍ଦା ଥାନା ଅନ୍ତର୍ଗତ ରାଉତ ମନ୍ଦାରୁଣୀ ଗ୍ରାମର ଗୋପାଳ ଦାସ । ଜଳେଶ୍ୱର ସହରର ଏକ ମଦ ଦୋକାନରୁ ବିଳମ୍ୱିତ ରାତିରେ କର୍ମଚାରୀ ଜଣକ କାମ ସାରି ଟଙ୍କା ନେଇ ସହଯୋଗୀଙ୍କ ସହ ଘରକୁ ଫେରୁଥିବା ବେଳେ ୫୭ ନମ୍ବର ରାଜ୍ୟ ରାଜପଥ ବାଗପୁଞ୍ଜି ନିକଟରେ ୨୦ରୁ ଅଧିକ ଅସାମାଜିକ ବ୍ୟକ୍ତି କାରକୁ ଅଟକାଇବାକୁ ଚେଷ୍ଟା କରିଥିଲେ ।

କାର ନ ରଖିବାରୁ କାର ଉପରକୁ ଇଟା ମାଡ଼ କରିବା ସହିତ ଭଙ୍ଗାରୁଜା କରି ମାରଣାତ୍ମକ ଆକ୍ରମଣ କରି ଗୋପାଳଙ୍କ ପାଖରୁ ଲକ୍ଷାଧିକ ଟଙ୍କା ସୁନା ଚେନ୍ ଲୁଟ୍ କରି ଫେରାର ହେଇ ଯାଇଥିଲେ । ଗୋପାଳ ଦାସଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଜଳେଶ୍ବର ହସ୍ପିଟାଲ ପରେ ଅତି ଗୁରୁତର ହେବାରୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ତାନାନ୍ତର କରାଯାଇଛି। ଘଟଣାର ଅଧିକ ତଦନ୍ତ କରୁଛି ଜଳେଶ୍ବର ପୋଲିସ୍ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼