Masthead

ଆଜିଠୁ ତେଲେଙ୍ଗାନାରେ ରେଭନ୍ତ ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ତେଲେଙ୍ଗାନାରେ ରେଭନ୍ତ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ୫୪ ବର୍ଷୀୟ କଂଗ୍ରେସ ନେତା ରେଭନ୍ତ ରେଡ୍ଡୀ । ହାଇଦ୍ରାବାଦ ଏଲବି ଷ୍ଟାଡିୟମରେ ହେବ ଶପଥଗ୍ରହଣ ଉତ୍ସବ । ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସହିତ, ସାଂସଦ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ବରିଷ୍ଠ କଂଗ୍ରେସ ନେତା ଯୋଗଦେଇପାରନ୍ତି । ରେଭନ୍ତଙ୍କ ସହ ୬ ଜଣ ମନ୍ତ୍ରୀ ଶପଥ ନେବେ ।  ପ୍ରଥମ ଥର ପାଇଁ ରାଜ୍ୟରେ କଂଗ୍ରେସ ଶାସନ ଗାଦିରେ ବସିବ । ଏଥିପାଇଁ ଉତ୍ସାହିତ କଂଗ୍ରେସ । କଂଗ୍ରେସ ନେତା ତଥା ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ରେଭନ୍ତ ରେଡ୍ଡୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଗତକାଲି ଦିଲ୍ଲୀରେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଥିଲେ ରେଭନ୍ତ ।

ରେଭନ୍ତ ରେଡ୍ଡୀ ତେଲେଙ୍ଗାନା ରାଜନୀତିରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ୨୦୧୭ରେ ସେ କଂଗ୍ରେସରେ ଯୋଗ ଦେଇଥିଲେ । ୨୦୨୧ରେ ତେଲେଙ୍ଗାନା ପିସିସି ଭାବେ ଦାୟିତ୍ବ ନେଇଥିଲେ । ଏହା ପୁର୍ବରୁ ସେ ତେଲୁଗୁ ଦେଶମ ପାର୍ଟିରେ ଥିଲେ । ଦୁଇ ଦୁଇ ଧର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି୍ ରେଭନ୍ତ । ରାଜ୍ୟରେ କଂଗ୍ରେସର ବିପୁଳ ବିଜୟରେ ସମସ୍ତ କ୍ରେଡିଟ ରେଭନ୍ତଙ୍କୁ ମିଳିଛି । ବିଆରଏସକୁ ଗାଦିଚ୍ୟୁତ କରିବାରେ ରେଭନ୍ତଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ । ନିଜର ଜବରଦସ୍ତ ପ୍ରଚାର ଲାଗି ସେ କଂଗ୍ରେସ ରାଜନୀତିରେ ବେଶ ପରିଚିତ । ରେଭନ୍ତଙ୍କ ନେତୃତ୍ୱରେ କଂଗ୍ରେସ ସରକାର ତେଲେଙ୍ଗାନାବାସୀଙ୍କୁ ଦେଇଥିବା ସମସ୍ତ ଗ୍ୟାରେଂଟି ପୂରଣ କରିବେ ବୋଲେ ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା