Masthead

ମୁଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ସେବାୟତଙ୍କ ପାଇଁ ଅଲୋଡ଼ା ହୋଇଯାଇଛି: ଶଙ୍କରାଚାର୍ଯ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନା କୌଣସି କଥାରେ ମୋତେ ପଚାରୁଛନ୍ତି ନା କୌଣସି ପରାମର୍ଶ ନେଉଛନ୍ତି । ମୁଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ସେବାୟତଙ୍କ ପାଇଁ ଅଲୋଡ଼ା ହୋଇଯାଇଛି । ଖାଲି ସେତିକି ନୁହେଁ ରଥଯାତ୍ରା ସମୟରେ କେବଳ ରଥ ଉପରକୁ ଯିବା ବ୍ୟତୀତ ମୋର ଆଉ କିଛି ସମ୍ପର୍କ ନାହିଁ । ଏଭଳି କିଛି କ୍ଷୋଭ ପ୍ରକାଶ କରିଛନ୍ତି ପୁରୀ ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚିଳାନନ୍ଦ ସରସ୍ୱତୀ । ଶ୍ରୀମନ୍ଦିର ଚାରିଦ୍ୱାରା ଖୋଲିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଶଙ୍କରାଚାର୍ଯ୍ୟ । କହିଛନ୍ତି ମୋତେ କେହି ପଚାରୁନାହାଁନ୍ତି ।

ଗୁଜରାଟରେ ଅନୁଷ୍ଠିତ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗଦେଇ ଶଙ୍କରାଚାର୍ଯ୍ୟ କ୍ଷୋଭ ପ୍ରକାଶ କରିଛନ୍ତି । ଶ୍ରୀମନ୍ଦିର ପ୍ରସଙ୍ଗରେ ତାଙ୍କ ଠାରୁ କୌଣସି ମତାମତ ନିଆଯାଉନାହିଁ ବୋଲି କହିଛନ୍ତି ।ଶାସନତନ୍ତ୍ର, ଶ୍ରମନ୍ଦିର ପରିଚାଳନା କମିଟି, ସେବାୟତ ସମସ୍ତେ ଦୂରତା ଅବଲମ୍ବନ କରୁଥିବା କହିଛନ୍ତି ଶଙ୍କରାଚାର୍ଯ୍ୟ  । ଶ୍ରୀମନ୍ଦିରର ଯେକୌଣସି କାର୍ଯ୍ୟରେ ତାଙ୍କର ପରାମର୍ଶ ନେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଥିଲେ ମଧ୍ୟ ସମସ୍ତେ ଅଣଦେଖା କରୁଛନ୍ତି ବୋଲି ସେ କ୍ଷୋଭର ସହ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି