Masthead

ବିଶ୍ୱରେ ମୋଦି ନମ୍ବର ୱାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ); ବିଶ୍ୱ ନେତା ରାଙ୍କି ସର୍ଭେରେ ଆଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସର୍ଭେରେ ମୋଦିଙ୍କୁ ମିଳିଛି ୭୬ ପ୍ରତିଶତ ରେଟିଂ । ଦ୍ୱିତୀୟରେ ମେକ୍ସିକୋ ପ୍ରେସିଡେଣ୍ଟେ । ଆମେରିକାର କନସଲଟାନ୍ସି ଫର୍ମ ‘ମର୍ଣ୍ଣିଂ କନସଲ୍ଟ’ର ସର୍ଭେରେ ଏହା ସାମ୍ନାକୁ ଆସିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ପରେ ତାଲିକାର ଦ୍ୱିତୀୟ ସ୍ଥାନରେ ଅଛନ୍ତି ମେକ୍ସିକୋ ରାଷ୍ଟ୍ରପତି ଆନ୍ଦ୍ରେସ ମାନୁଏଲ ଲୋପେଜ ଓବ୍ରାଡର୍ । ସେ ୬୬ ପ୍ରତିଶତ ଆପ୍ରୁଭାଲ ରେଟିଂ ସହ ଦୁନିଆର ଦ୍ୱିତୀୟ ଲୋକପ୍ରିୟ ନେତା ହୋଇଛନ୍ତି ।

ଏହା ପରେ ସ୍ୱିଜରଲାଣ୍ଡର ରାଷ୍ଟ୍ରପତି ଆଲେନ୍ ବର୍ସେଟ୍ ୫୮ ପ୍ରତିଶତ ଓ ବ୍ରାଜିଲ ରାଷ୍ଟ୍ରପତି ଲୁଇଜ୍ ଇନାସିଓ ଲୁଲା ଦା ସିଲଭା ୪୯ ପ୍ରତିଶତ ରେଟିଂ ପାଇଛନ୍ତି । ଅଷ୍ଟ୍ରେଲିଆର ଆନ୍ଥୋନୀ ଅଲବାନିଜ୍ ତାଲିକାର ପଂଚମ ସ୍ଥାନରେ ରହିଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ୩୭ ପ୍ରତିଶତ ସହ ଅଷ୍ଟମ ସ୍ଥାନରେ ରହିଛନ୍ତି । ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକ ୨୫ ପ୍ରତିଶତ ରେଟିଂ ପାଇଛନ୍ତି । ଗତ କିଛି ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ତାଲିକାର ଶୀର୍ଷରେ ରହିଆସିଛନ୍ତି । ବିଶ୍ୱର ୨୨ ଜଣ ନେତାଙ୍କ ଉପରେ କରାଯାଇଥିବା ସର୍ଭେକୁ ଆଧାର କରି ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ