Masthead

ପୁଣି ମିଳିଲା ପେଟି ପେଟି ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଉ ଜଣେ ମଦଭାଟି ମ୍ୟାନେଜରଙ୍କ ଘରେ ପୁଣି ଠାବ ହେଲା ଟଙ୍କାର ପାହାଡ଼ । ବଲାଙ୍ଗିର ସୁଦପଡ଼ା ସ୍ଥିତ ମଦ ଭାଟି ମ୍ୟାନେଜର ବଣ୍ଟିଙ୍କ ଘରେ ଆୟକର ବିଭାଗ ଚଢ଼ାଉ କରି ପ୍ରାୟ ୨୦ ପେଟି ଟଙ୍କା ଜବତ କରିଛି । ଆୟକର ବିଭାଗ ପକ୍ଷରୁ ପୋଲିସ ଉପସ୍ଥିତିରେ ମଦଭାଟି ମ୍ୟାନେଜରଙ୍କ ଘରେ ଚଢାଉ କରି ବିପୁଳ ପରିମାଣର ଟଙ୍କା ଜବତ କରିଛି । ପ୍ରାୟ ୫୦ କୋଟି ଟଙ୍କା ହୋଇଥିବା ଅନୁମାନ କରାଯାଉଛି ।

କଡା ସୁରକ୍ଷାରେ ଜବତ ଟଙ୍କାକୁ ୨୦ଟି ବ୍ୟାଗ, ପେଟି ଓ ଟିଣ ବାକ୍ସରେ ଭର୍ତ୍ତି  କରି ଏସବିଆଇ ଶାଖାକୁ ନିଆଯାଇଛି । ଟଙ୍କା ପେଟି ବୋହିବାକୁ ୭ରୁ ୮ ଜଣ ଶ୍ରମିକଙ୍କୁ ନିୟୋଜିତ କରାଯାଇଥିଲା । ଟଙ୍କା ଗଣିବା ସମୟରେ ମେସିନ୍ ଅଚଳ ହୋଇଥିବା ଜଣାପଡ଼ିଛି । ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ ୧୦ ଦିନ ତଳେ ବଲାଙ୍ଗୀରକୁ ବଡ ବଡ ବ୍ୟାଗରେ ଟଙ୍କା ଭର୍ତ୍ତି ହୋଇ ସୁଦପଡାର ଭାଟି ମ୍ୟାନେଜରଙ୍କ ଘରକୁ ଆସିଥିଲା ।

ସେପଟେ ଚଢ଼ାଉ ବେଳେ ବୌଦ୍ଧ ଜିଲ୍ଲାରେ ସାଂଘାତିକ ଘଟଣା ଦେଖିବାକୁ ମିଳିଛି । ହରଭଙ୍ଗା ବ୍ଲକ ସାମ୍ପୋଚ ପଂଚାୟତର ତିତିରିକଟାରେ ଥିବା ଡିଷ୍ଟିଲାରୀ ପାଚେରୀ ବାହାରେ ପୁଳାପୁଳା ୫ଶହ ଟଙ୍କିଆ ନୋଟ୍ ପଡ଼ିଥିବା ଦେଖିବାକୁ ମିଳିଥିଲା । କିଛି ଚିରାଫଟା ନୋଟ୍ ମଧ୍ୟ ଥିଲା । ତା’ଛଡ଼ା କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପଡ଼ିଥିବା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼