ବିଡିଓଙ୍କ ନାଁରେ ଥାନାରେ ଏତଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗଛ ଡକାୟତି ଅଭିଯୋଗରେ ବିଡ଼ିଓଙ୍କ ନାମରେ ଏତଲା । ଭୋଗରାଇ ବ୍ଲକ ପରିସରରୁ ରାତି ଅଧିଆ ମୂଲ୍ୟବାନ ଗଛ କାଟି ବେନିୟମ ଭାବେ ବିକ୍ରି ଘଟଣାରେ ଭୋଗରାଇ ବିଡ଼ିଓ ଉମାକାନ୍ତ ପରିଡ଼ାଙ୍କ ବିରୋଧରେ ଭୋଗରାଇ ଥାନାରେ ଏତଲା ଦେଇଛି ଭୋଗରାଇ ବ୍ଲକ କଂଗ୍ରେସ । ଥାନାଛକରେ ରାଲି କରିବା ସହିତ ପଥପ୍ରାନ୍ତ ମଧ୍ୟ କରିଥିଲେ । ନ୍ୟାୟ ନ ମିଳିଲେ ଆଗାମୀ ଦିନରେ ବ୍ଲକ ଘେରାଉ ସହିତ ଗ୍ରୀନ ଟ୍ୟୁବନାଲରେ ଦ୍ୱାରସ୍ଥ ହେବ ବୋଲି କଂଗ୍ରେସ କହିଛି ।

ସୂଚନା ଅନୁସାରେ, ବ୍ଲକ କାର୍ୟ୍ୟାଳୟ ପରିସରରେ ଥିବା ଶହ ଶହ ବର୍ଷର ପୁରୁଣା ଗଛକୁ ରାତି ଅଧରେ ଲୁଟ କରାଯାଇଥିବା ନେଇ କଂଗ୍ରେସ ଅଭିଯୋଗ କରିଥିଲା । ଲୁଟ ବେଳର ଭିଡିଓ ଭାଇରଲ ମଧ୍ୟ ହୋଇଥିଲା । ଆଉ ଏଥିରେ ସିଧାସଳଖ ବିଡିଓଙ୍କ ସମ୍ପୃକ୍ତି ରହିଥିବା ଅଭିଯୋଗ ଆଣି ମାମଲା ରୁଜୁ କରିବାକୁ ଦାବି କରିଥିଲା କଂଗ୍ରେସ । ବ୍ଲକ ପରିସରରୁ ପ୍ରାୟ ୨୦ରୁ ଅଧିକ ଗଛ କଟାଯାଇ ଏହାକୁ ଲକ୍ଷାଧିକ ଟଙ୍କାରେ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ