Masthead

ବଲାଙ୍ଗିରରେ ହାଇଦ୍ରାବାଦ ଆଇଟି ଟିମ୍

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିରରେ ପହଞ୍ଚିଲେ ହାଇଦ୍ରାବାଦ ଆଇଟିର ଆନାଲିସିସ୍‌ ଟିମ୍‌ । ମଦ ବ୍ୟବସାୟୀଙ୍କ ଘରୁ ବିପୁଳ ଟଙ୍କା ଜବତ ପରେ ପହଞ୍ଚିଲା ଟିମ୍ । ୨୦ଟି ଟିମ୍‌ ସହ ଅଛନ୍ତି ଆୟକର ବିଭାଗର ପ୍ରାୟ ୧୫୦ କର୍ମଚାରୀ । ୪ ଦିନ ଧରି ଜାରି ରହିଛି ଆୟକର ବିଭାଗର ନନଷ୍ଟପ୍ ରେଡ୍ । ଜବତ ହୋଇଥିବା ୨ ଶହ କୋଟିରୁ ଅଧିକ ଟଙ୍କା ଗଣିବାରେ ଲାଗିଛନ୍ତି ଇନକମ୍ ଟ୍ୟାକ୍ସ ବିଭାଗର ଅନେକ ଅଧିକାରୀ । ଟଙ୍କା ଗଣି ଗଣି ମଣିଷ ଓ ମେସିନ ଉଭୟ ହାଲିଆ ହୋଇଛନ୍ତି ।

ସେପଟେ ଆଉ ଜଣେ ମଦଭାଟି ମ୍ୟାନେଜରଙ୍କ ଘରେ ପୁଣି ଠାବ ହେଲା ଟଙ୍କାର ପାହାଡ଼ । ବଲାଙ୍ଗିର ସୁଦପଡ଼ା ସ୍ଥିତ ମଦ ଭାଟି ମ୍ୟାନେଜର ବଣ୍ଟିଙ୍କ ଘରେ ଆୟକର ବିଭାଗ ଚଢ଼ାଉ କରି ପ୍ରାୟ ୨୦ ପେଟି ଟଙ୍କା ଜବତ କରିଛି । ଆୟକର ବିଭାଗ ପକ୍ଷରୁ ପୋଲିସ ଉପସ୍ଥିତିରେ ମଦଭାଟି ମ୍ୟାନେଜରଙ୍କ ଘରେ ଚଢାଉ କରି ବିପୁଳ ପରିମାଣର ଟଙ୍କା ଜବତ କରିଛି । ପ୍ରାୟ ୫୦ କୋଟି ଟଙ୍କା ହୋଇଥିବା ଅନୁମାନ କରାଯାଉଛି । କଡା ସୁରକ୍ଷାରେ ଜବତ ଟଙ୍କାକୁ ୨୦ଟି ବ୍ୟାଗ, ପେଟି ଓ ଟିଣ ବାକ୍ସରେ ଭର୍ତି କରି ଏସବିଆଇ ଶାଖାକୁ ନିଆଯାଇଛି । ଟଙ୍କା ପେଟି ବୋହିବାକୁ ୭ରୁ ୮ ଜଣ ଶ୍ରମିକଙ୍କୁ ନିୟୋଜିତ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର