Masthead

‘ମୁଁ ବହୁତ ଖୁସି.. ମୋ ପୁଅ ଛତିଶଗଡ଼ର ସେବା କରିବ’

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ବିଷ୍ଣୁଦେବ ସାଏ ହେଲେ ଛତିଶଗଡ଼ ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ନିଆଗଲା ନିଷ୍ପତ୍ତି । ବୈଠକରେ ବିଷ୍ଣୁଦେବ ସାଏଙ୍କ ନାଁ ଉପରେ ସହମତ ପ୍ରକାଶ କରିଥିଲେ ସମସ୍ତ ବିଧାୟକ । ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସାଏ ସୁରଗୁଜା ଡିଭିଜନର କୁଙ୍କୁରୀ ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ବିଷ୍ଣୁଦେଓ ସାଏ ଛତିଶଗଡର ମୁଖ୍ୟମନ୍ତ୍ରୀ ନିଯୁକ୍ତ ହେବା ମା’ ଜସମାନି ଦେବୀ ଖୁସିରେ ବିଭୋର ହୋଇଯାଇଛନ୍ତି । ସେ କହିଛନ୍ତି, ମୁଁ ଆଜି ବହୁତ ଖୁସି।

ଆଜି ମୋ ପୁଅ ଛତିଶଗଡର ସେବା କରିବାର ସୁଯୋଗ ପାଇଛି। ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବା ପରେ ସାଏ କହିଛନ୍ତି, ଜଣେ ମୁଖ୍ୟମନ୍ତ୍ରୀ ଭାବରେ ମୁଁ ସରକାରଙ୍କ ମାଧ୍ୟମରେ ମୋଦିଙ୍କ ଗ୍ୟାରେଣ୍ଟି ପୂରଣ କରିବାକୁ ଚେଷ୍ଟା କରିବି। ରାଜ୍ୟରେ ୧୮ ଲକ୍ଷ ଘର ମଞ୍ଜୁର କରିବା (ପ୍ରଧାନମନ୍ତ୍ରୀ ଆୱାସ ଯୋଜନା ଅଧୀନରେ) ତାଙ୍କ ସରକାରଙ୍କ ପ୍ରଥମ କାର୍ୟ୍ୟ ହେବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ