‘ମୁଁ ବହୁତ ଖୁସି.. ମୋ ପୁଅ ଛତିଶଗଡ଼ର ସେବା କରିବ’

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ବିଷ୍ଣୁଦେବ ସାଏ ହେଲେ ଛତିଶଗଡ଼ ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ନିଆଗଲା ନିଷ୍ପତ୍ତି । ବୈଠକରେ ବିଷ୍ଣୁଦେବ ସାଏଙ୍କ ନାଁ ଉପରେ ସହମତ ପ୍ରକାଶ କରିଥିଲେ ସମସ୍ତ ବିଧାୟକ । ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସାଏ ସୁରଗୁଜା ଡିଭିଜନର କୁଙ୍କୁରୀ ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ବିଷ୍ଣୁଦେଓ ସାଏ ଛତିଶଗଡର ମୁଖ୍ୟମନ୍ତ୍ରୀ ନିଯୁକ୍ତ ହେବା ମା’ ଜସମାନି ଦେବୀ ଖୁସିରେ ବିଭୋର ହୋଇଯାଇଛନ୍ତି । ସେ କହିଛନ୍ତି, ମୁଁ ଆଜି ବହୁତ ଖୁସି।

ଆଜି ମୋ ପୁଅ ଛତିଶଗଡର ସେବା କରିବାର ସୁଯୋଗ ପାଇଛି। ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବା ପରେ ସାଏ କହିଛନ୍ତି, ଜଣେ ମୁଖ୍ୟମନ୍ତ୍ରୀ ଭାବରେ ମୁଁ ସରକାରଙ୍କ ମାଧ୍ୟମରେ ମୋଦିଙ୍କ ଗ୍ୟାରେଣ୍ଟି ପୂରଣ କରିବାକୁ ଚେଷ୍ଟା କରିବି। ରାଜ୍ୟରେ ୧୮ ଲକ୍ଷ ଘର ମଞ୍ଜୁର କରିବା (ପ୍ରଧାନମନ୍ତ୍ରୀ ଆୱାସ ଯୋଜନା ଅଧୀନରେ) ତାଙ୍କ ସରକାରଙ୍କ ପ୍ରଥମ କାର୍ୟ୍ୟ ହେବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’