Masthead

ଡ୍ରଗ୍ସ ଦେଇ ନେଲେ ଜୀବନ

ଦଶରଥପୁର (ବଡ଼ ଖବର ବ୍ୟୁରୋ): ଡ୍ରଗ୍ସ ଦେଇ ନେଲେ ଜୀବନ । ଘରୁ ଡ଼ାକିନେଇ ଡ୍ରଗ୍ସ ଖୁଆଇ ହତ୍ୟା କରାଯାଇଥିବା ଅଭିଯୋଗ କଲେ ମୃତକଙ୍କ ପରିବାର । ଏଭଳି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ପାଲଟପୁର ଗ୍ରାମରେ । ମୃତକ ହେଲେ ଗିରିଶ ବିହାରୀ ନାୟକଙ୍କ ପୁଅ ଶ୍ରବଣ କୁମାର ନାୟକ । ଆଜି ସକାଳେ ଚେତା ଶୂନ୍ୟ ଅବସ୍ଥାରେ ଘରେ ପଡିଥିଲେ ଶ୍ରବଣ । ଶ୍ରବଣଙ୍କୁ ପରିବାର ଲୋକେ ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।ରବିବାର ଶ୍ରବଣଙ୍କ ସାଙ୍ଗ ତାଙ୍କୁ ଘରୁ ଡ଼ାକିନେଇ ଅଧିକ ମାତ୍ରାରେ ଡ୍ରଗ୍ସ ଖୁଆଇଥିବାରୁ ତାଙ୍କର ମୃତ୍ୟ ହୋଇଥିବା ପରିବାର ପକ୍ଷରୁ ମଙ୍ଗଳପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ମଙ୍ଗଳପୁର ପୋଲିସ ପହଁଚି ଅଧିକ ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା