Masthead

ବର୍ଷକ ପାଇଁ ମୁଖ୍ୟମନ୍ତ୍ରୀ ପଦ ମାଗିଲେ ବସୁନ୍ଧରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ ଜନତା ଦଳର ବରିଷ୍ଠ ନେତା ତଥା ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ବିଜେପି ପକ୍ଷରୁ ଏକ ଅନନ୍ୟ ଦାବି କରିଛନ୍ତି। ବସୁନ୍ଧରା ତାଙ୍କୁ ଏକ ବର୍ଷ ପାଇଁ ରାଜସ୍ଥାନର ମୁଖ୍ୟମନ୍ତ୍ରୀ କରିବା ପାଇଁ ଦଳର କେନ୍ଦ୍ରୀୟ ନେତୃତ୍ୱକୁ ଦାବି କରିଛନ୍ତି। ଏହା ପରେ ସେ ନିଜେ ଏହି ପଦ ଛାଡିବେ ବୋଲି ବି କହିଛନ୍ତି। ତେବେ ଏହା ସହିତ ଦଳର ନେତୃତ୍ୱ ତାଙ୍କୁ ବାଚସ୍ପତି କରିବାକୁ ପ୍ରସ୍ତାବ ଦେଇଥିବା ସୂତ୍ରରୁ ପ୍ରକାଶ। ତାଙ୍କୁ ସ୍ପିକର କରିବାକୁ ଦଳର ପ୍ରସ୍ତାବକୁ ସେ ମନା କରି ଦେଇଛନ୍ତି ବୋଲି କୁହାଯାଉଛି।

ଗତକାଲି ରାତିରେ ବସୁନ୍ଧରା ରାଜେ ସିନ୍ଧିଆ ବିଜେପି ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଫୋନ୍ କରି ମୁଖ୍ୟମନ୍ତ୍ରୀ ପଦରେ ବସାଇବାକୁ ନିବେଦନ କରିଥିଲେ । ଏହାସହ ବିଧାୟକଙ୍କୁ ଅଲଗା ନ ଭେଟିବାକୁ ମଧ୍ୟ ପରାମର୍ଶ ଦେଇଥିଲେ । ତେବେ ନଡ୍ଡାଙ୍କ ପକ୍ଷରୁ ତାଙ୍କୁ ବାଚସ୍ପତି ପଦ ପାଇଁ ପ୍ରସ୍ତାବ ଦିଆଯାଇଥିଲେ ମଧ୍ୟ ଏହାକୁ ସେ ଅଗ୍ରାହ୍ୟ କରିଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।

ରାଜସ୍ଥାନ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ୧୧୫ ଆସନ ହାସଲ କରି ସଂଖ୍ୟା ଗରିଷ୍ଠତାର ଯାଦୁକରୀ ଅତିକ୍ରମ କରିଛି। ତେବେ ନିର୍ବାଚନ ଫଳାଫଳର ଏକ ସପ୍ତାହ ପରେ ମଧ୍ୟ ବିଜପି ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିବାରେ ସକ୍ଷମ ହୋଇ ନାହିଁ। ଆସନ୍ତାକାଲି ରାଜସ୍ଥାନର ବିଧାୟକ ଦଳ ବୈଠକ ବସିବାକୁ ଯାଉଛି । ଦଳୀୟ ପର୍ୟ୍ୟବେକ୍ଷକଙ୍କ ଉପସ୍ଥିତିରେ ଏହି ବୈଠକ ଆୟୋଜିତ ହେବ । ଏହି ବୈଠକ ପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ