Masthead

ଜଗତସିଂହପୁରରେ ଧୀରଜ ସାହୁଙ୍କ କୁଶପୁତ୍ତଳିକା ଦାହ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ସାଂସଦ ଧୀରଜ ସାହୁଙ୍କ ମଦ ଲିଙ୍କ ନେଇ ଆୟକର ବିଭାଗ ପକ୍ଷରୁ ୩୫୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଜବତ କରିଛି ଆୟକର ବିଭାଗ । ଏଵେ ନୂଆ ନୂଆ କଥା ପଦାକୁ ଆସୁଛି। ଆୟକର ବିଭାଗ ଓଡ଼ିଶା ଓ ଝାଡ଼ଖଣ୍ଡରୁ ଏପର୍ଯ୍ୟନ୍ତ ମୋଟ ୪୫୪ କୋଟି ୫୦ ଲକ୍ଷ ଟଙ୍କା ଜବତ କରିଥିବା ଜଣାପଡ଼ିଛି । ଧୀରଜ ସାହୁଙ୍କ ଘରେ ଆଇଟି ରେଡ ହୋଇ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି । କଂଗ୍ରେସର ଏମପି ଥିବା ଧୀରଜ ସାହୁଙ୍କ ଘରୁ ୩୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଜବତ ହେବା ଘଟଣାରେ ରାଜନୀତି ବଢିବାରେ ଲାଗିଛି । ଏହକୁ ପ୍ରତିବାଦ କରି ଆଜି ଜଗତସିଂହପୁର ଜିଲ୍ଲା ଵିଜେପି ପକ୍ଷରୁ ଜଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ପ୍ରତିବାଦ ସଭା କରାଯାଇଛି । ଏବଂ ରାଜ୍ୟ ସରକାର କ’ଣ ପାଇଁ ଏ ପର୍ଯ୍ୟନ୍ତ ଚୁପ୍ ବସିଛନ୍ତି ଓ ସିବିଆଇକୁ ତଦନ୍ତ ଭାର ନ ଦେବା ପଛର କ’ଣ ରହସ୍ୟ ରହିଚି ବୋଲି ବିଜେପି କର୍ମୀ ମାନେ ପ୍ରଶ୍ନ କରିବା ସହିତ ପରୋକ୍ଷରେ ଏହି ଟଙ୍କା ବିଜୁଜନତା ଦଳର ଟଙ୍କା । ଏବଂ ଆଗାମୀ ନିର୍ବାଚନରେ ଖର୍ଚ୍ଚ କରିବା ପାଇଁ ଗଛିତ ଥିବା ବିଜେପି ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତିର ସଭାପତି ତଥା ପୂର୍ବତନ ସାଂସଦ ବିଭୂପ୍ରସାଦ ତରାଇ ମତ ରଖିଛନ୍ତି। ଝାଡଖଣ୍ଡ ସାଂସଦଙ୍କ ଲିଙ୍କକୁ ନେଇ ତାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର