Masthead

ସାରା ଓଡ଼ିଶାରେ ପ୍ରବଳ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତର ଲହରୀ । ବହୁ ସ୍ଥାନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି । ଏବେ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ସ୍ଥିତିକୁ ଆସିଛି । ୧୦ ଡିଗ୍ରୀ ତଳେ ତିନି ସହର ତାପମାତ୍ରା ରେକର୍ଡ ହୋଇଛି । କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ସହରରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୪ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ସୁନ୍ଦରଗଡ ଜିଲ୍ଲାର କିରେଇରେ ୯.୫ ଡିଗ୍ରୀ, କେନ୍ଦୁଝରଗଡ଼ରେ ଗତକାଲି ରାତିର ତାପମାତ୍ରା ୯.୮ ଡିଗ୍ରୀ ରହିଥିଲା ।

ତେବେ ଦାରିଙ୍ଗବାଡ଼ିରେ ୧୦.୫, ରାଉରକେଲାରେ ୧୦.୯, ନବରଙ୍ଗପୁର ଓ କୋରାପୁଟରେ ୧୧.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ୱର ସହରର ତାପମାତ୍ରା ୧୫.୭ ଡିଗ୍ରୀକୁ ଖସି ଆସିଛି, ଯାହାକି ସ୍ୱାଭାବିକ ୧୫.୯ ଡିଗ୍ରୀ ତୁଳନାରେ ସାମାନ୍ୟ କମ୍ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେପଟେ ଦେଶର ଅନେକ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ଫଳରେ ଥଣ୍ଡା ଆହୁରି ବୃଦ୍ଧି ପାଇଛି।

ରାଜଧାନୀ ଦିଲ୍ଲୀରେ ମଧ୍ୟ ପରିସ୍ଥିତି ସମାନ ରହିଛି। ଏଠାରେ ଗତକାଲି ଆର୍ଥାତ୍‌ ଡିସେମ୍ବର ୧୧ ସବୁଠାରୁ ଶୀତ ଦିନ ଥିଲା। ଜମ୍ମୁ କଶ୍ମୀରରେ ପାରା ଶୂନରୁ ତଳକୁ ଖସି -୪ ଡିଗ୍ରୀ ଛୁଇଁଛି। ପାଣିପାଗ ବିଭାଗ ଅନୁଯାୟୀ ଡିସେମ୍ବର ୧୫ ସୁଦ୍ଧା ଉତ୍ତର ଭାରତର ତାପମାତ୍ରାରେ ଆହୁରି ହ୍ରାସ ଘଟିବ। ପାଣିପାଗ ବିଭାଗ ଅନୁଯାୟୀ, ଜମ୍ମୁ-କଶ୍ମୀରର ଶ୍ରୀନଗରରେ ତାପମାତ୍ରା -୪.୪ ଡିଗ୍ରୀ ସେଲସିୟସରେ ରେକର୍ଡ କରାଯାଇଥିଲା। ଆଇଏମଡି ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଦିଲ୍ଲୀ, ଉତ୍ତର ରାଜସ୍ଥାନ ଏବଂ ଉତ୍ତରପ୍ରଦେଶର ଅନେକ ସ୍ଥାନରେ ୬-୧୦ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା