Masthead

ଡିସେମ୍ବର ୨୪ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡିସେମ୍ବର ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ସୂଚନା ହେଇଛନ୍ତି । ପଶ୍ଚିମ ଓଡ଼ିଶାର ଏକ କାର୍ଯ୍ୟକ୍ରମରେ ମୋଦି ଯୋଗ ଦେବାକୁ ଆସିପାରନ୍ତି ବୋଲି କହିଛନ୍ତି ମୋହନ ମାଝୀ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ବେଶ ଗୁରୁତ୍ୱ ବହନ କରୁଛି । ପଶ୍ଚିମ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆସୁଥିବା ଖବର ସାମ୍ନାକୁ ଆସିବା ପରେ ଏହାର ରାଜନୈତିକ ଗୁରୁତ୍ୱ ଯଥେଷ୍ଟ ଅଧିକ ବଢିଯାଇଛି ।

ଗତ ନିର୍ବାଚନରେ ପଶ୍ଚିମ ଓଡ଼ିଶାରୁ ଅଧିକ ସଂଖ୍ୟକ ବିଜେପି ସାଂସଦ ନିର୍ବାଚିତ ହୋଇଥିଲେ । ତେଣୁ ସାଧାରଣ ନିର୍ବାଚନ ପୂର୍ବରୁ ମୋଦିଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନେଇ ବିଜେପି ଶିବିର ବେଶ ଉତ୍ସାହିତ । ମୋଦିଙ୍କ ଓଡ଼ିଶା ଗସ୍ତ ସୂଚୀରେ ସମ୍ବଲପୁରରେ ୩ଟି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି। ପ୍ରଧାନମନ୍ତ୍ରୀ ଓଡ଼ିଶାରେ ଗସ୍ତରେ ସମ୍ବଲପୁରରେ ଥିବା ୩ଟି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ନା ତାଙ୍କର ଅନ୍ୟ କିଛି କାର୍ଯ୍ୟକ୍ରମ ରହିଛି, ଏହାସହ କାହାକୁ ଭେଟିବେ ଓ ନିଜର ଦଳୀୟ ନେତାଙ୍କ ସହ ଆଲୋଚନା କରିବେ  କି ନାହିଁ ସେନେଇ ସୂଚନା ଅବଗତ ହୋଇ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼