Masthead

ଡିସେମ୍ବର ୨୪ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡିସେମ୍ବର ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ସୂଚନା ହେଇଛନ୍ତି । ପଶ୍ଚିମ ଓଡ଼ିଶାର ଏକ କାର୍ଯ୍ୟକ୍ରମରେ ମୋଦି ଯୋଗ ଦେବାକୁ ଆସିପାରନ୍ତି ବୋଲି କହିଛନ୍ତି ମୋହନ ମାଝୀ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ବେଶ ଗୁରୁତ୍ୱ ବହନ କରୁଛି । ପଶ୍ଚିମ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆସୁଥିବା ଖବର ସାମ୍ନାକୁ ଆସିବା ପରେ ଏହାର ରାଜନୈତିକ ଗୁରୁତ୍ୱ ଯଥେଷ୍ଟ ଅଧିକ ବଢିଯାଇଛି ।

ଗତ ନିର୍ବାଚନରେ ପଶ୍ଚିମ ଓଡ଼ିଶାରୁ ଅଧିକ ସଂଖ୍ୟକ ବିଜେପି ସାଂସଦ ନିର୍ବାଚିତ ହୋଇଥିଲେ । ତେଣୁ ସାଧାରଣ ନିର୍ବାଚନ ପୂର୍ବରୁ ମୋଦିଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନେଇ ବିଜେପି ଶିବିର ବେଶ ଉତ୍ସାହିତ । ମୋଦିଙ୍କ ଓଡ଼ିଶା ଗସ୍ତ ସୂଚୀରେ ସମ୍ବଲପୁରରେ ୩ଟି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି। ପ୍ରଧାନମନ୍ତ୍ରୀ ଓଡ଼ିଶାରେ ଗସ୍ତରେ ସମ୍ବଲପୁରରେ ଥିବା ୩ଟି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ନା ତାଙ୍କର ଅନ୍ୟ କିଛି କାର୍ଯ୍ୟକ୍ରମ ରହିଛି, ଏହାସହ କାହାକୁ ଭେଟିବେ ଓ ନିଜର ଦଳୀୟ ନେତାଙ୍କ ସହ ଆଲୋଚନା କରିବେ  କି ନାହିଁ ସେନେଇ ସୂଚନା ଅବଗତ ହୋଇ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ