Masthead

ମଧ୍ୟପ୍ରଦେଶ, ଛତିଶଗଡ଼ରେ ଆଜିଠୁ ନୂଆ ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମଧ୍ୟପ୍ରଦେଶ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରଦେଶରେ ଆଜିଠୁ ମୋହନ ଯାଦବ ସରକାର ଆରମ୍ଭ ହେବ । ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏଥିପାଇଁ ଭୋପାଳରେ ଭବ୍ୟ ଆୟୋଜନ କରାଯାଉଛି । ପ୍ରଥମେ ଭୋପାଳରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବ ମୋତିଲାଲ ନେହେରୁ ଷ୍ଟାଡିୟମରେ ପୂର୍ବାହ୍ନ ୧୧ଟା ୩୦ରେ ଶପଥ ନେବେ ।

ଏହାପରେ ଅପରାହ୍ନ ୪ଟାରେ ରାୟପୁରରେ ଏକ କଲେଜ ପଡିଆରେ ଛତିଶଗଡରେ ବିଷ୍ଣୁ ଦେବ ସାଏ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି । ଏହି ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହିତ ଦଳର ଅନ୍ୟ ଶୀର୍ଷ ନେତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୋହନ ଯାଦବଙ୍କ ସହ ଅନେକ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିପାରିବେ । ଶପଥ ଗ୍ରହଣ ସମାରୋହ ପାଇଁ ଉଭୟ ରାଜ୍ୟରେ ପ୍ରସ୍ତୁତି ଶେଷ ହୋଇଛି । ଦୁଇ ରାଜ୍ୟରେ ଦୁଇ ନୂଆ ଚେହେରା ଦେଇ ବିଜେପି ୨୦୧୯ ସାଧାରଣ ନିର୍ବାଚନର ଫଳାଫଳକୁ ୨୦୨୪ ନିର୍ବାଚନରେ ଦୋହରାଇବାକୁ ଲକ୍ଷ୍ୟ ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ