Masthead

ସଂସଦରେ ଯୁବକ ପଶିବା ଘଟଣା, ଭିଜିଟର୍ସ ଗ୍ୟାଲେରୀ ଆଗରେ ଲାଗିବ କାଚ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ପଶି ସ୍ମୋକ୍ ଆଟାକ୍ କରିବା ଘଟଣାରେ ତଦନ୍ତ ପାଇଁ ଗଠନ ହୋଇଛି ତଦନ୍ତ କମିଟି । ଲୋକସଭା ସେକ୍ରେଟାରିଏଟର ଅନୁରୋଧ କ୍ରମେ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି କମିଟି ଗଠନ କରାଯାଇଛି । ସିଆରପିଏଫ୍ ଡିଜି ଅନୀଶ ଦୟାଲ ସିଂ ଏହାର ନେତୃତ୍ୱ ନେବେ ଏବଂ ଅନ୍ୟ ସୁରକ୍ଷା ଏଜେନ୍ସି ଓ ବିଶେଷଜ୍ଞ ଏଥିରେ ସାମିଲ ରହିବେ । ଏହି କମିଟି ପାର୍ଲାମେଣ୍ଟ ସୁରକ୍ଷା ତ୍ରୁଟିର କାରଣ ଖୋଜିବ । ଏହି ଘଟଣାରେ ୟୁଏପିଏରେ ମାମଲା ରୁଜୁ କରାଯାଇଛି । ୫ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଏହି ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।

ସେପଟେ ଏହି ଘଟଣା ପରେ ସଂସଦର ସୁରକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ହୋଇଛି । ପ୍ରବେଶ ପଥରେ ଫୁଲ୍ ବଡି ସ୍କାନର ଲାଗିବ ଏବଂ ସୁରକ୍ଷା ପ୍ରଟୋକଲ ସଂଶୋଧନ କରାଯିବ । ସାଂସଦ, ଷ୍ଟାଫ୍ ଓ ସାମ୍ବାଦିକଙ୍କ ପାଇଁ ଭିନ୍ନ ଭିନ୍ନ ପ୍ରବେଶ ପଥ ରହିବ । ଯେତେବେଳେ ଭିଜିଟର୍ସ ପାସ୍ ଉପରୁ ବ୍ୟାନ ହଟିବ, ସେତେବେଳେ ଦର୍ଶକମାନେ ଚତୁର୍ଥ ଗେଟ୍ ଦେଇ ପଶିବେ । ଭିଜିଟର୍ସ ଗ୍ୟାଲେରୀ ଆଗରେ କାଚ ଲାଗିବ, ଯେପରି କେହି ସାଂସଦମାନଙ୍କ ନିକଟକୁ ଯାଇପାରିବେ ନାହିଁ । ଏଥିସହ ହାଉସ୍ ଭିତରେ ସୁରକ୍ଷାକର୍ମୀଙ୍କ ସଂଖ୍ୟା ବଢ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି