Masthead

ଶାରଳା ମନ୍ଦିର ହୁଣ୍ଡିରୁ ଚୋରି, ୩ ଅଭିଯୁକ୍ତ ଅଟକ

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ):  ଶାରଳା ମନ୍ଦିର ହୁଣ୍ଡିରୁ ଚୋରି । ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ଓ ପ୍ରାଚୀନ ଶକ୍ତିପୀଠ ଝଙ୍କଡ଼ ବାସୀନୀ ମା’ ଶାରଳାଙ୍କ ମନ୍ଦିରରୁ ବୁଧବାର ରାତିରେ ମନ୍ଦିର ସାମ୍ନାରେ ଥିବା ୧ନଂ ହୁଣ୍ଡିରୁ ଚୋରି ହୋଇଥିବା ଜଣାପଡିଛି । ବିଳମ୍ବିତ ରାତିରେ ମନ୍ଦିରର ପଛଭାଗରେ ଅନେକ ଟଙ୍କା ପଡ଼ିଥିବାର ଲୋକମାନେ ଦେଖିଥିଲେ । ସଙ୍ଗେ ସଙ୍ଗେ ମନ୍ଦିର ଫାଣ୍ଡି ଅଧିକାରୀଙ୍କୁ ସୂଚନା ଦେଇଥିଲେ ସ୍ଥାନୀୟ ଲୋକେ। କଟର ମେସିନ୍ ସହାୟତାରେ କିଛି ଦୁବୃତ୍ତ ୧୦ ଲକ୍ଷ୍ୟରୁ ଉର୍ଦ୍ଧ୍ବ ଟଙ୍କା ହୁଣ୍ଡି ରୁ ଚୋରି କରିଛନ୍ତି। ଘଟଣା ସ୍ଥଳରେ ତିର୍ତ୍ତୋଲ ପୋଲିସ ଓ କନକପୁର ଫାଣ୍ଡି ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

ସିସିଟିଭି ଫୁଟେଜ ଯାଞ୍ଚ କରିବା ସହିତ ଏହି ଘଟଣା ସମୟରେ ସିସିଟିଭି ଫୁଟେଜରେ ଦେଖାଯାଉଥିବା ୩ ଜଣ ସନ୍ଦିଗ୍ଧକୁ ଅଟକ ରଖି ପଚରା଼ ଉଚରା ଜାରି ରଖିଛି ପୋଲିସ । ସ୍ଥାନୀୟ ତାରାପୁର ଠାରୁ ଏକ କଦଳୀ ବାଡିରୁ ଗୋଟିଏ ବସ୍ତା ଟଙ୍କା ସହ ଗୋଟିଏ ଟଙ୍କା ଭର୍ତି ଥିବା ପଲଥିନିକୁ ଜବତ କରିଛି କନକପୁର ଫାଣ୍ଡି । ତେବେ ଏହି ଘଟଣା ପଛରେ ଆହୁରି ଅନେକ ଦୁର୍ବୃତ୍ତଙ୍କ ହାତ ଥିବା ସନ୍ଦେହ କରି ତଦନ୍ତ ଜାରି ରଖିଛି ପୋଲିସ ପ୍ରଶାସନ। ତେବେ ଶାରଳା ମନ୍ଦିର ଇତିହାସରେ ଏଭଳି ଅଭାବନୀୟ ଘଟଣା ପ୍ରଥମ ଥର ପାଇଁ ହୋଇଥିବାରୁ ସେବାୟତ ଏବଂ ଶ୍ରଦ୍ଧାଳୁଙ୍କ ଭିତରେ ଅସନ୍ତୋଷ ଦେଖାଦେଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ