Masthead

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଭ୍ୟନ୍ତରରୁ ଉପକୂଳ ପର୍ୟ୍ୟନ୍ତ ସବୁଠି ଶୀତଲହରୀ । ସୁନ୍ଦରଗଡ଼ କିରେଇ ଓ କନ୍ଧମାଳ ଜି. ଉଦୟଗିରିରେ ୮ ଡଗ୍ରୀକୁ ଖସିଲା ସର୍ବନିମ୍ନ ତାପମାତ୍ରା । ଆଗାମୀ ୪ରୁ ୫ ଦିନ ଯାଏଁ ଲାଗି ରହିବ ଏଭଳି ପାଗ । ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ଏହାରି ଭିତରେ କୁହୁଡି ବଢିଛି । ବିଭିନ୍ନ ସ୍ଥାନରେ କୁହୁଡି ବଢିଥିବା ଦେଖିବାକୁ ମିଳିଛି ।

ଘନ କୁହୁଡି ଯୋଗୁଁ ୧୦ ମିଟର ପର୍ଯ୍ୟନ୍ତ ରାସ୍ତା ଦେଖାଯାଉନାହିଁ । ସତେ ଯେପରି ଧଳା ଚାଦର ଆସ୍ତରଣରେ ଢାଙ୍କି ହୋଇପଡିଛି । ବର୍ଷା ଛାଡିଲା ପରେ ଜାଡ ଶୀତ ଯୋଗୁଁ ସାଧାରଣଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।ଶୀତ ଦାଉରୁ ରକ୍ଷା ପାଇଁ ନିଆଁ ପୁଇଁ ହେବା ସହ ବିଭିନ୍ନ ପନ୍ଥା ଆପଣାଉଛନ୍ତି ଲୋକେ । ଆଜିଠୁ ରାତି ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବା ସହ ଶୀତ କମିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ ।

ଗତ ୨୪ଘଣ୍ଟା ମଧ୍ୟରେ କୋରେଇରେ ୮.୩ ଡିଗ୍ରୀ, କନ୍ଧମାଳ ଜି. ଉଦୟଗିରିରେ ୮.୫, କୋରାପୁଟରେ ୯.୫, ଭଦ୍ରକ ରାଣୀତାଲରେ ୯.୬ ଏବଂ ରାଉରକେଲାରେ ୯.୮ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି । ଆଜିଠୁ ରାଜ୍ୟରେ ପଶ୍ଚିମା ବାୟୁ ପ୍ରବାହ କାରଣରୁ କିଛି ସ୍ଥାନରେ ବର୍ଷା ହେବା ସହିତ କୁହୁଡିର ସମ୍ଭାବନା ରହିଛି । ଫଳରେ ଆଜିଠୁ ରାତି ତାପମାତ୍ରାରେ ବୃଦ୍ଧି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ