Masthead

ସୋଲାର କମ୍ପାନୀରେ ଭୟଙ୍କର ବିସ୍ଫୋରଣ, ୯ ମୃତ

ନାଗପୁର(ବଡ଼ ଖବର ବ୍ୟୁରୋ): ଆଜି ସକାଳେ ମହାରାଷ୍ଟ୍ରର ନାଗପୁରରେ ଏକ ବିସ୍ଫୋରକ ପ୍ୟାକେଜିଙ୍ଗ୍‌ କାରଖାନାରେ ବିସ୍ଫୋରଣ ଘଟିବାରୁ ଅନ୍ୟୂନ ୯ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଏକାଧିକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ବଜାରଗାଓଁ ଅଞ୍ଚଳରେ ଅବସ୍ଥିତ ‘ସୋଲାର୍‌ ଇଣ୍ଡ‌ଷ୍ଟ୍ରିଜ୍‌ ଲିମିଟେଡ୍‌’ ନାମକ କମ୍ପାନିରେ ସକାଳ ପ୍ରାୟ ୯.୩୦ ମିନିଟ ସମୟରେ ଏହି ବିସ୍ଫୋରଣ ଘଟିଛି। କୋଇଲା ଫଟାଇବା ଲାଗି ବ୍ୟବହାର କରାଯାଉଥିବା ବିସ୍ଫୋରକ ପ୍ୟାକିଙ୍ଗ୍‌ କରିବା ବେଳେ ବିସ୍ଫୋରଣ ଘଟିଥିବା ଜଣାପଡିଛି ।

ବିସ୍ଫୋରଣ ଯୋଗୁଁ ଆହତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଲକାଧିକ କର୍ମଚାରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସୂଚନା ପାଇ ପୁଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ନାଗପୁର ଗ୍ରାମାଞ୍ଚଳ ପୁଲିସ ସୁପରିଣ୍ଟେଣ୍ଡେଣ୍ଟ୍‌ ହର୍ଷ ପୋଦ୍ଦାର୍‌ କହିଛନ୍ତି, ନାଗପୁରର ବଜାରଗାଓଁ ଅଞ୍ଚଳରେ ଥିବା ‘ସୋଲାର୍‌ ଏକ୍ସପ୍ଲୋସିଭ୍‌ କମ୍ପାନି’ରେ ବିସ୍ଫୋରଣ ଘଟିବା ଯୋଗୁଁ ୯ଜଣଙ୍କର ମୃତ୍ୟୁ ଘଟିଛି। ‘ସୋଲାର୍‌ ଏକ୍ସପ୍ଲୋସିଭ୍‌ କମ୍ପାନି’ରେ ଥିବା କାଷ୍ଟ୍‌ ବୁଷ୍ଟର୍‌ ପ୍ଲାଣ୍ଟ୍‌ରେ ପ୍ୟାକିଙ୍ଗ୍‌ କରାଯିବା ବେଳେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା