Masthead

୮ ୱିକେଟରେ ଭାରତର ଦମଦାର ବିଜୟ

ଜୋହାନ୍ସବର୍ଗ(ବଡ଼ ଖବର ବ୍ୟୁରୋ): ପ୍ରଥମ ଦିନିକିଆରେ ଭାରତର ସହଜ ବିଜୟ । ୮ ୱିକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କଲା ଭାରତ । ଜୋହାନ୍ସବର୍ଗରେ ଖେଳାଯାଇଥିବା ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବା ନିଷ୍ପତ୍ତି ନେଇଥିଲା ଦକ୍ଷିଣ ଆଫ୍ରିକା। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୧୧୬ ରନ ସ୍କୋର କରିଥିଲା। ଏହାର ଜବାବରେ ଭାରତ ମାତ୍ର ୨ ୱିକେଟ ହରାଇ ମ୍ୟାଚ ଜିତିଥିଲା। ବ୍ୟାଟିଂର ଚମକ ଦେଖାଇଲେ ସାଇ ସୁଦର୍ଶନ । ଅପରାଜିତ ୫୫ ରନ ସ୍କୋର କରିଥିଲେ।

ସେ ୪୩ ବଲରେ ସମ୍ମୁଖୀନ ହୋଇଥିଲେ ଏବଂ ୯ ଚୌକା ମାରିଥିଲେ। ଶ୍ରେୟାସ ଆୟର ୪୫ ବଲରେ ୫୨ ରନ ସଂଗ୍ରହ କରିଥିଲେ। ସେ ୬ଟି ଚୌକା ଓ ଗୋଟିଏ ଛକା ମାରିଥିଲେ। ୧୦ ଓଭରରେ ୩୭ ରନ ପାଇଁ ଅର୍ଶଦୀପ ୫ ୱିକେଟରେ ନେଇଥିଲେ। ଆବେସ ଖାନ ୮ ଓଭରରେ ୨୭ ରନ ପାଇଁ ୪ ଉଇକେଟ ନେଇଥିଲେ। କୁଲଦୀପ ଯାଦବ ମଧ୍ୟ ଗୋଟିଏ ସଫଳତା ପାଇଥିଲେ। ଭାରତକୁ ଶୃଙ୍ଖଳାରେ ୧-୦ ଆଗୁଆ ଥିବାବେଳେ। ସେପଟେ ମେଡେନ୍ ଅନ୍ତର୍ଜାତୀୟ ୫ ୱିକେଟ୍ ସଫଳତା ହାସଲ କରିଥିବା ଅର୍ଶଦୀପ ସିଂହ ମ୍ୟାଚ୍ର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ