Masthead

ବୁଖାରୀକୁ ୭ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱେର (ବଡ଼ ଖବର ବ୍ୟୁରୋ): ଯାଜପୁରରୁ ଗିରଫ ସନ୍ଦିଗ୍ଧ ଯୁବକ ସୟଦ ଇଶାନ ବୁଖାରିଙ୍କ ଆତଙ୍କବାଦୀ ସଙ୍ଗଠନ ସହ ଲିଙ୍କ ନେଇ ଖୋଳତାଡ କରୁଛି କ୍ରାଇମବ୍ରାଂଚ ଏସଟିଏଫ । ସନ୍ଦିଗ୍ଧ ଆତଙ୍କୀ ବୁଖାରୀକୁ ରିମାଣ୍ଡରେ ନେବା ଲାଗି ଆଜି ଆବେଦନ କରିବ କ୍ରାଇମବ୍ରାଞ୍ଚ। ବୁଖାରୀକୁ ୭ ଦିନିଆ ରିମାଣ୍ଡରେ ନେବା ପାଇଁ କ୍ରାଇମବ୍ରାଞ୍ଚ ଏସଟିଏଫ ଆବେଦନ କରିବ। ଦରକାର ପଡ଼ିଲେ ତଦନ୍ତ ଲାଗି ଏନଆଇଏ ଆସିପାରେ ବୋଲି ଏସଟିଏଫ ଏସ୍.ପି କହିଛନ୍ତି। ଏଥିସହ ବୁଖାରୀକୁ ପଚରାଉଚରା ପାଇଁ ଜମ୍ମୁ କାଶ୍ମୀର ଓ ପଂଜାବ ପୋଲିସ ମଧ୍ୟ ଓଡ଼ିଶା ଆସିପାରନ୍ତି ବୋଲି ସୂଚନା ମିଳିଛି।

ପାକିସ୍ତାନ ଏସଟିଏଫ ଏଜେଣ୍ଟଙ୍କ ସହ ବୁଖାରୀ ଚାଟିଂ କରିଥିବା ପ୍ରମାଣ ମିଳିଛି। ଆଶଙ୍କା କରାଯାଉଛି, ଶତ୍ରୁପକ୍ଷଙ୍କ ହାତକୁ ଚାଲିଯାଇଛି ଦେଶର ସମ୍ବେଦନଶୀଳ ତଥ୍ୟ। ତା’ମଧ୍ୟରୁ କିଛି ଡିଲିଟ୍ ହୋଇଛି ତ ଆଉ କିଛି ଲାଗିଛି କ୍ରାଇମବ୍ରାଞ୍ଚ ଏସଟିଏଫ ହାତରେ। ତେଣୁ ସିଡ଼ିଆର୍ ଆନାଲିସିସ ଆଧାରରେ ସବୁ ତଥ୍ୟର ରହସ୍ୟ ଖୋଲିବା ପାଇଁ ଯାଜପୁର ରଗଡ଼ି ଜେଲରେ ଥିବା ବୁଖାରୀକୁ ରିମାଣ୍ଡରେ ନେବାକୁ ଯୋଜନା ରଖିଛି କ୍ରାଇମବ୍ରାଞ୍ଚ।

ଏସଟିଏଫର କହିବା ଅନୁସାରେ, ବୁଖାରିର ହ୍ୱାଟସଅପ ଚାଟରୁ ଗୁରୁତ୍ୱପୁର୍ଣ୍ଣ ତଥ୍ୟ ମିଳିଛି । ପାକିସ୍ତାନର ଆଇଏସଆଇ ଏଜେଣ୍ଟଙ୍କ ସହ ଲିଙ୍କରେ ଥିଲା ଇସାନ ବୁଖାରି । ବୁଖାରି ନିକଟରୁ ଜବତ ହୋଇଥିବା ୪ ଟି ଫୋନରୁ କିଛି ଏଭଳି ତଥ୍ୟ ଲାଗିଛି ଏସଟିଏଫ ହାତରେ । ଆଇଏସଆଇ ଏଜେଂଟଙ୍କ ସହ ୱାଟସଆପରେ ଚାଟିଂ କରୁଥିଲା ଏହି ସନ୍ଦିଗ୍ଧ । କେବଳ ଚାଟିଂ ନୁହେଁ, ଦେଶ ବିରୋଧୀଙ୍କ ସହ ନିୟମିତ ଯୋଗାଯୋଗରେ ଥିଲା ଏହି ଅଭିଯୁକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ