Masthead

ବେଗୁନିଆପଡ଼ାରେ ଆରମ୍ଭ ହେଲା ଦୁର୍ଗାପୂଜା

ବେଗୁନିଆପଡ଼ା, (ବଡ଼ ଖବର ବ୍ୟୁରୋ): କରୋନା କଟକଣା ଭିତରେ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଯାଇଛି ଦୁର୍ଗା ପୂଜା । ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବସଷ୍ଟାଣ୍ଡ ଠାରେ ଦୀର୍ଘ ୨୦ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ମା ଙ୍କ ପୂଜା ହେଉଥିବା ବେଳେ ଚଳିତ ବର୍ଷ କରୋନା ଯୋଗୁଁ ପ୍ରଶାସନର ଗାଇଡ୍ ଲାଇନ୍ ଅନୁସାରେ ପୂଜାର୍ଚ୍ଚନା ଆରମ୍ଭ ହୋଇଛି। ପୂଜାର ନୀତିକାନ୍ତିଠାରୁ ଆରମ୍ଭ କରି ମୂର୍ତ୍ତି ବିସର୍ଜନ ପର୍ୟ୍ୟନ୍ତ ସବୁକିଛି ନିରାଡ଼ମ୍ବର ହେବ ବୋଲି ପୂଜାକମିଟି ପକ୍ଷରୁ ସୂଚନା ମିଳିଛି।

ଚଳିତବର୍ଷ କୋଭିଡ -୧୯ ନିୟମ ଅନୁଯାୟୀ ଦୁର୍ଗାପୂଜା ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ୪ ଫୁଟ୍‌ର ମୃଣ୍ମୟ ମୂର୍ତ୍ତି ନିର୍ମାଣ ହୋଇଛି । ମଣ୍ଡପର ତିନି ପଟୁ ବନ୍ଦ କରାଯାଇ ପୂଜା କରାଯାଉଥିବା ବେଳେ ପୂଜା ପାଇଁ ସର୍ବାଧିକ ୭ ଜଣ ସେବାୟତ ରହିବେ ବୋଲି କୁହାଯାଇଛି । ସେହିପରି ଭକ୍ତଙ୍କୁ ଦର୍ଶନ ମନା ହୋଇଛି । ଗୁରୁବାର ମା ଙ୍କ ସପ୍ତମୀ ପୂଜା ହୋଇଥିବା ବେଳେ ମା ଙ୍କ ପାଖରେ ଲଡୁଭୋଗ ଅର୍ପଣ କରାଯାଇଥିଲା । ପୂଜା କମିଟି ସଭାପତି କେ. କ୍ରିଷ୍ଣାମୁର୍ତ୍ତି ପାତ୍ର, ସଂପାଦକ ଶଂକର ପଣ୍ଡା, ନିଲୁ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ପୂଜାକାର୍ୟ୍ୟ ପରିଚାଳନା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ