Masthead

ଅଣ୍ଟା ସଳଖି ଦଉନି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୀତରେ ଥରୁଛି ସାରା ରାଜ୍ୟ। ରାଜ୍ୟର ଅଧିକାଂଶ ଅଞ୍ଚଳରେ କୁହୁଡ଼ି ସହ ଭୀଷଣ ଜାଡ଼ ହେଉଛି । କୋହଲା ପବନ ସାଙ୍ଗକୁ ତାପମାତ୍ରାରେ ଅଚାନକ ହ୍ରାସ କାରଣରୁ ରାଜ୍ୟବାସୀ ଶୀତରେ ଥରୁଛନ୍ତି । ରାଜ୍ୟର ୧୦ରୁ ଅଧିକ ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରହିଛି । ଆସନ୍ତା କିଛି ଦିନ ରାଜ୍ୟରେ ଏପରି ଶୀତ ପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କନ୍ଧମାଳ ଫୁଲବାଣୀ ଓ ଜି. ଉଦୟଗିରିରେ ତାପମାତ୍ରା ୮ ଡିଗ୍ରୀକୁ ଖସି ଆସିଲାଣି।

ଆଗକୁ ମଧ୍ୟ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଆଗାମୀ ୪ରୁ ୫ ଦିନ ଯାଏଁ ଏଭଳି ପାଗ ଲାଗି ରହିବ। କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।ଆଜି କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଏବଂ ମୟୂରଭଂଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର