Masthead

ଅଣ୍ଟା ସଳଖି ଦଉନି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୀତରେ ଥରୁଛି ସାରା ରାଜ୍ୟ। ରାଜ୍ୟର ଅଧିକାଂଶ ଅଞ୍ଚଳରେ କୁହୁଡ଼ି ସହ ଭୀଷଣ ଜାଡ଼ ହେଉଛି । କୋହଲା ପବନ ସାଙ୍ଗକୁ ତାପମାତ୍ରାରେ ଅଚାନକ ହ୍ରାସ କାରଣରୁ ରାଜ୍ୟବାସୀ ଶୀତରେ ଥରୁଛନ୍ତି । ରାଜ୍ୟର ୧୦ରୁ ଅଧିକ ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରହିଛି । ଆସନ୍ତା କିଛି ଦିନ ରାଜ୍ୟରେ ଏପରି ଶୀତ ପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କନ୍ଧମାଳ ଫୁଲବାଣୀ ଓ ଜି. ଉଦୟଗିରିରେ ତାପମାତ୍ରା ୮ ଡିଗ୍ରୀକୁ ଖସି ଆସିଲାଣି।

ଆଗକୁ ମଧ୍ୟ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଆଗାମୀ ୪ରୁ ୫ ଦିନ ଯାଏଁ ଏଭଳି ପାଗ ଲାଗି ରହିବ। କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।ଆଜି କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଏବଂ ମୟୂରଭଂଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ