Masthead

ଆଇପିଏଲ ଇତିହାସରେ ସବୁଠୁ ମହଙ୍ଗା ଖେଳାଳି ମିଚେଲ ଷ୍ଟାର୍କ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଇପିଏଲ ଇତିହାସରେ ସବୁଠୁ ମହଙ୍ଗା ଖେଳାଳି ମିଚେଲ ଷ୍ଟାର୍କ । ପ୍ୟାଟ୍ କମିନ୍ସଙ୍କ ରେକର୍ଡ ଭାଙ୍ଗିଲେ ମିଚେଲ୍ ଷ୍ଟାର୍କ । ଆଇପିଏଲ୍ ଟିମ୍ କୋଲକାତା ନାଇଟ୍ ରାଇଡର୍ସ ମିଚେଲ୍ ଷ୍ଟାର୍କଙ୍କୁ ଆଗାମୀ ସିଜିନ୍ ପାଇଁ ନିଜ ଦଳରେ ସାମିଲ କରିଛି । ପ୍ୟାଟ୍ କମିନ୍ସଙ୍କୁ ସନରାଇଜର୍ସ ହାଇଦ୍ରାବାଦ ୨୦.୫୦ କୋଟିରେ କିଣିବା ପରେ, ଆଇପିଏଲ ଇତିହାସର ସବୁଠୁ ଦାମୀ ଖେଳାଳି ବନିଥିଲେ ପ୍ୟାଟ୍ । ହେଲେ ଏହାପରେ ମିଚେଲ୍ ଷ୍ଟାର୍କ ତାଙ୍କୁ ଟପି ୨୪.୭୫ କୋଟିରେ ବିକ୍ରି ହେଇଛନ୍ତି ।

ମିଚେଲ୍ ଷ୍ଟାର୍କଙ୍କୁ କିଣିବା ପାଇଁ ପ୍ରଥମେ ଗୁଜରାଟ ଟାଇଟନ୍ସ ଏବଂ କେକେଆର ଟିମ୍ ଉତ୍ସାହ ଦେଖାଇଥିଲେ । ହେଲେ ଗୁଜରାଟକୁ ପଛରେ ପକାଇ କେକେଆର ବାଜି ଜିତିନେଇଥିଲା । ଷ୍ଟାର୍କ ଏବଂ କମିନ୍ସଙ୍କ ବ୍ୟତୀତ ଭାରତୀୟ ପେସ୍ ବୋଲର ହର୍ଷଲ ପଟେଲଙ୍କୁ ୧୧.୭୫ କୋଟିରେ କିଣିଛି ପଞ୍ଜାବ କିଙ୍ଗସ୍ । ସେହିପରି ୱେଷ୍ଟଇଣ୍ଡିଜ୍ ଅଲରାଉଣ୍ଡର ରୋମେନ୍ ପାୱେଲଙ୍କୁ ରାଜସ୍ଥାନ ୭.୪୦ କୋଟି, ଡାରେଲ ମିଚେଲ ୧୪ କୋଟି, ଶିଭମ ମାଭି ୬.୪୦ କୋଟି ଟଙ୍କାରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ଦଳରେ ସାମିଲ ହେଇଛନ୍ତି ।

ତେବେ ଏହି ଆଇପିଏଲ୍‌ରେ ଆହୁରି ନୂଆ ଖେଳାଳି ସାମିଲ ହୋଇଛନ୍ତି । ନ୍ୟୁଜିଲାଣ୍ତର ଓପନ୍‌ର ବ୍ୟାଟ୍ସମ୍ୟାନ୍‌ ରଚିନ୍‌ ରବିନ୍ଦ୍ରଙ୍କୁ ଚେନ୍ନାଇ ୧.୮୦ କୋଟିରେ କିଣିଛି । ସେହିଭଳି ବିଶ୍ୱକପ୍‌ ହିରୋ ଟ୍ରାଭିସ୍‌ ହେଡ୍‌ଙ୍କୁ ୬.୮ କୋଟିରେ କିଣିଛି ହାଇଦ୍ରାବାଦ୍‌ । ଆକ୍ସନ ଆରମ୍ଭରୁ ହିଁ ରୋଭମାନ୍‌ ପାୱେଲ୍‌ଙ୍କୁ ୭.୪ କୋଟିରେ କିଣିଥିଲା ରାଜସ୍ଥାନ ରୟାଲ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ