Masthead

ଓଡ଼ିଶା ଦଖଲ ଷ୍ଟ୍ରାଟେଜି, ଦିଲ୍ଲୀରେ ହେବ ରଣନୀତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ହେବ ବିଜେପି ଓ କଂଗ୍ରେସ ଓଡ଼ିଶା ଦଖଲ ଷ୍ଟ୍ରାଟେଜି । ଦିଲ୍ଲୀ ଗଲେ ରାଜ୍ୟର ବିଧାୟକ ତଥା ବିଜେପିର ପୂରା ଏମଏଲଏ ବ୍ରିଗେଡ୍ । କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ଏକାଠି ରଣନୀତି କରିବ ରାଜ୍ୟ ବିଜେପି ଓ କଂଗ୍ରେସ । ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବାବେଳେ, ଦିଲ୍ଲୀ ଗସ୍ତରେ ଉଭୟ କଂଗ୍ରେସ ଓ ବିଜେପି ନେତା । କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡଗେ, ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ଡାକରା ପାଇ ଦିଲ୍ଲୀ ଗସ୍ତରେ ଯାଇଛନ୍ତି କଂଗ୍ରେସ ବିଧାୟକ ଓ ବରିଷ୍ଠ ନେତା ।

ଆଜି ଦିନ ୩ଟାରେ ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ସହ ଓଡ଼ିଶା ନେତାଙ୍କ ବୈଠକ ବସିବ । ବୈଠକରେ ଓଡିଶା ରାଜନୀତିର ସ୍ଥିତି ନେଇ ନେତାମାନେ କେନ୍ଦ୍ର ନେତୃତ୍ୱକୁ ଅବଗତ କରିବେ । ଏଥିସହ ଆଗାମି ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ ହେବ । ଏହି ଅବସରରେ କେନ୍ଦ୍ରୀୟ ନେତାଙ୍କୁ ଓଡ଼ିଶାକୁ ନିମନ୍ତ୍ରଣ କରିବେ କଂଗ୍ରେସ ନେତା । ସେପଟେ ବିଜେପିର ବିଧାୟକମାନେ ମଂଗଳବାର ରାତିରେ ଦିଲ୍ଲୀ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତରେ ରାଜ୍ୟ ବିଜେପିର ଦଳୀୟ ସଂଗଠନ, ଆଗାମି ନିର୍ବାଚନ ପାଇଁ ଦଳର ରଣନୀତି ପ୍ରସ୍ତୁତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ