Masthead

ଭାରତକୁ ୮ ୱିକେଟରେ ହରାଇଲା ଦକ୍ଷିଣ ଆଫ୍ରିକା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାସ୍ତ କରିଛି ଦକ୍ଷିଣ ଆଫ୍ରିକା । ଭାରତ ୪୬.୨ ଓଭରରେ ୨୧୧ ରନକରି ଅଲ୍‌ଆଉଟ ହୋଇଯାଇଥିଲା । ଦକ୍ଷିଣ ଆଫ୍ରିକା ୪୨.୩ ଓଭରରେ ୨ ଉଇକେଟ ହରାଇ ୨୧୫ ରନ ସଂଗ୍ରହ କରି ନେଇଥିଲା। ଭାରତ ପ୍ରଥମ ଦିନିକିଆରେ ବିଜୟୀ ହୋଇଥିବାରୁ ୩ ମ୍ୟାଚ ବିଶିଷ୍ଟ ସିରିଜ ଏବେ ୧-୧ ସ୍ଥିତିରେ ପହଞ୍ଚିଛି ।

ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ ଋତୁରାଜ ଗାଏକ୍ୱାଡଓ ତିଳକ ବର୍ମାଙ୍କ ଉଇକେଟ ଶୀଘ୍ର ହରାଇଥିଲା। ସାଇ ସୁଦର୍ଶନ ଓ ଅଧିନାୟକ ଲୋକେଶ ରାହୁଲ ସତର୍କତାର ସହ ବ୍ୟାଟିଂ କରି ଇନିଂସ ସମ୍ଭାଳିଥିଲେ। ମାତ୍ର ଏହି ଯୋଡ଼ି ଭାଙ୍ଗିବାପରେ ଭାରତ ଇନିଂସ ହଡ଼ବଡ଼େଇ ଯାଇଥିଲା। ତୃତୀୟ ଉଇକେଟରେ ୬୮ ରନର ଭାଗୀଦାରି ପରେ ସାଇ ସୁଦର୍ଶନ ଆଉଟ ହୋଇଥିଲେ। ସେ ୭ ଚୌକା ଓ ୧ ଛକା ସହାୟତାରେ ସର୍ବାଧିକ ୬୨ ରନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ