Masthead

ନାରାୟଣ କଲୋନୀ ସମସ୍ୟା ନେଇ ତାତିଲେ ଲୋକେ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ନାରାୟଣ କଲୋନୀ ସମସ୍ୟା ନେଇ ତାତିଲେ ଲୋକେ । ବାରମ୍ବାର ଅଭିଯୋଗ ପରେ ମଧ୍ୟ କେହି ଦୃଷ୍ଟି ଦେଉ ନଥିବା ଅଭିଯୋଗ ହୋଇଛି । କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ବିଡିଓ ଓ ଅଧ୍ୟକ୍ଷ । ଶେଷରେ ବାଧ୍ୟ ହୋଇ ଲୋକେ ପୁଇଁତଳା ବ୍ଲକରେ ତାଲା ମାରି ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଅଭିଯୋଗ ଅନୁସାରେ ଦୀର୍ଘ ବର୍ଷ ହେଲା ନାରାୟଣ କଲୋନୀରେ ଲୋକେ ବହୁ ଅସୁବିଧାରେ ରହୁଛନ୍ତି । ଘର ଭାଙ୍ଗିବାକୁ ବସିଥିବା ବେଳେ ବିଜୁଳି ସମସ୍ୟା ମଧ୍ୟ କହିଲେ ନସରେ । ଏନେଇ ବ୍ଲକ୍ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି । ସେପଟେ କଲୋନୀର ଲୋକେ ଅସୁବିଧାରେ ରହୁଥିବା କଥାକୁ ସ୍ୱୀକାର କରିଛନ୍ତି ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ । ସମସ୍ତ ସମସ୍ୟାର ସମାଧାନ କରିବା ପାଇଁ ପଦକ୍ଷେପ ନିଆଯାଉଥିବା ମଧ୍ୟ ସେ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ