Masthead

ଭିଜିଲାନ୍ସ ଜାଲରେ ଚିଫ୍ ସିଭିଲ୍ ସପ୍ଲାଏ ଅଫିସର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଚଢ଼ାଉ ଚାଲିଛି । ଭୁବନେଶ୍ୱର ଓ ଗଂଜାମରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଭୁବନେଶ୍ୱର ସ୍ଥିତ କାର୍ୟ୍ୟାଳୟ ଓ ସରକାରୀ ବାସଭବନରେ ଚଢ଼ାଉ କରୁଛି ଭିଜିଲାନ୍ସ ।

ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଥିବା ବେଳେ ସୁନା ଅଳଙ୍କାର ମଧ୍ୟ ଜବତ କରାଯାଇଛି। ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ପାଣ୍ଡରା ସ୍ଥିତ ପ୍ଲଟ ନମ୍ବର ୧୪୮୫, ତିନି ମହଲା ଘର, ବ୍ରହ୍ମପୁର ନୀଳାଚଳ ହାଇଟ ସ୍ଥିତ ଆପାର୍ଟମେଣ୍ଟ, ଚନ୍ଦ୍ରଶେଖରପୁର ସ୍ଥିତ ବିଲ୍ଡିଂ, ଲକ୍ଷ୍ମୀସାଗରରେ ଥିବା ଆପାର୍ଟମେଣ୍ଟ, ଅଫିସ, ବ୍ରହ୍ମପୁର ବୈଦନାଥପୁର ସ୍ଥିତ ପୈତୃକ ଘର, ଭୁବନେଶ୍ୱର ୟୁନିଟ ୩ ସ୍ଥିତ ବାସଭବନରେ ଚାଲିଛି ରେଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ