ସ୍ମୋକ ଆଟାକ ଘଟଣାରେ ଜଣେ ପୂର୍ବତନ ପୋଲିସ ଅଧିକାରୀଙ୍କ ପୁଅ ଅଟକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ସ୍ମୋକ୍ ଆଟାକ୍ ଘଟଣା, ଜଣେ ପୂର୍ବତନ ପୋଲିସ ଅଧିକାରୀଙ୍କ ପୁଅ ଅଟକ। ସଂସଦରେ ସ୍ମୋକ୍ ଆଟାକ୍ ଘଟଣାର ତନାଘନା କରୁଛି କେନ୍ଦ୍ର ଗୃହ ମନ୍ତ୍ରାଳୟ ଦ୍ବାରା ଗଠିତ କମିଟି । ଘଟଣାରେ କର୍ଣ୍ଣାଟକ  ବାଗାଲକୋଟର ଜଣେ ପୂର୍ବତନ ପୋଲିସ ଅଧିକାରୀଙ୍କ ପୁଅଙ୍କୁ ଅଟକ ରଖିଛି ଦିଲ୍ଲୀ ପୋଲିସ । ଅଟକ ବ୍ୟକ୍ତି ଜଣକ ହେଲେ ସାଇକ୍ରିଷ୍ଣା ଜାଗଲି, ସେ ଜଣେ ଇଂଜିନିୟର । ସାଇ ମନୋରଂଜନଙ୍କର ଜଣେ ବନ୍ଧୁ ବୋଲି ସୂଚନା ମିଳିଛି । ବୁଧବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ପୋଲିସ ତାଙ୍କୁ ପଚରାଉଚରା କରିବା ପରେ ତାଙ୍କୁ ଗିରଫ କରାଯାଇ ଦିଲ୍ଲୀ ଅଣାଯାଇଥିଲା।

ସେପଟେ ମାମଲାରେ ପୂର୍ବରୁ ଗିରଫ ମନୋରଂଜନ, ଅମୋଲ, ସାଗର ଓ ନିଲମଙ୍କ ସମେତ ୬ ଅଭିଯୁକ୍ତଙ୍କ ଆଜି ରିମାଣ୍ଡ ସରୁଛି । ରିମାଣ୍ଡ ବେଳେ ସମସ୍ତଙ୍କୁ ଅଲଗା ଅଲଗା ଓ ମୁହାଁମୁହିଁ ଜେରା କରି ସତ ଓଗାଳିଛି ପୋଲିସ । ଏହା ବ୍ୟତୀତ ଉତ୍ତରପ୍ରଦେଶର ଜାଲୁନରୁ ଅତୁଲ କୁଲଶ୍ରେଷ୍ଟା ନାମକ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପୋଲିସ ପଚରାଉଚରା କରିଛି। ଉଭୟଙ୍କ ବିବୃତ୍ତି ରେକର୍ଡ କରାଯାଇଛି ଏବଂ ସଂସଦ ମାମଲାରେ ସେମାନଙ୍କର ସମ୍ପୃକ୍ତି ଯାଞ୍ଚ କରାଯାଉଛି। ସୁରକ୍ଷା ଉଲ୍ଲଂଘନରେ ସେମାନଙ୍କର କୌଣସି ଭୂମିକା ଅଛି କି ନାହିଁ ତାହା ଅନୁସନ୍ଧାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’