Masthead

ଧାନଖଳାରେ ନିଆଁ, ଜଳିଗଲା ୫୦ କ୍ବିଣ୍ଟାଲ ଧାନ

ବସ୍ତା (ବଡ଼ ଖବର ବ୍ୟୁରୋ):ଧାନଖଳାରେ ଲାଗିଲା ନିଆଁ । ଜଳି ପୋଡି ପାଉଁଶ ହୋଇଗଲା ୫୦ କ୍ୱିଣ୍ଟାଲ ଧାନ । ଏଭଳି ଘଟଣା ଦେଖିବାକୁ ମିଳିଛି ବସ୍ତା ଥାନା ବରୁଣଗଡ଼ିଆ ପଞ୍ଚାୟତ ଅନ୍ତର୍ଗତ ନିଶ୍ଚିନ୍ତପୁର ଗ୍ରାମରେ । ବୁଧବାର ଧାନ ଖଳାରେ ନିଆଁ ଲାଗି ୫୦ କ୍ବିଣ୍ଟାଲରୁ ଉର୍ଦ୍ଧ୍ବ ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଏହି ଗ୍ରାମର ସୁବଳ ଚନ୍ଦ୍ର ବେହେରା ୧୨ ଏକର ଜମିର କଟା ଧାନକୁ ଅମଳ କରି ଧାନଖଳାରେ ଗଚ୍ଛିତ କରି ରଖିଥିଲେ।

ଅଗ୍ନିକାଣ୍ଡରେ ଧାନଖଳାରେ ଗଚ୍ଛିତ ଥିବା ୨ଶହ କ୍ବିଣ୍ଟାଲ ଧାନରୁ ପାଖାପାଖି ପଚାଶ କ୍ବିଣ୍ଟାଲ ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ବସ୍ତା ଅଗ୍ନିଶମ ବିଭାଗ ପହଞ୍ଚି ଦୀର୍ଘ ୩ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାକୁ ସକ୍ଷମ ହୋଇଥିଲେ। ଏହି ଅଗ୍ନିକାଣ୍ଡରେ ୧ ଲକ୍ଷ ଟଙ୍କାର ଧାନ ପୋଡି ନଷ୍ଟ ହୋଇଯାଇଛି । ଏହି ପରିବାରକୁ ଧାନପୋଡ଼ି ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ