Masthead

ଧାନଖଳାରେ ନିଆଁ, ଜଳିଗଲା ୫୦ କ୍ବିଣ୍ଟାଲ ଧାନ

ବସ୍ତା (ବଡ଼ ଖବର ବ୍ୟୁରୋ):ଧାନଖଳାରେ ଲାଗିଲା ନିଆଁ । ଜଳି ପୋଡି ପାଉଁଶ ହୋଇଗଲା ୫୦ କ୍ୱିଣ୍ଟାଲ ଧାନ । ଏଭଳି ଘଟଣା ଦେଖିବାକୁ ମିଳିଛି ବସ୍ତା ଥାନା ବରୁଣଗଡ଼ିଆ ପଞ୍ଚାୟତ ଅନ୍ତର୍ଗତ ନିଶ୍ଚିନ୍ତପୁର ଗ୍ରାମରେ । ବୁଧବାର ଧାନ ଖଳାରେ ନିଆଁ ଲାଗି ୫୦ କ୍ବିଣ୍ଟାଲରୁ ଉର୍ଦ୍ଧ୍ବ ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଏହି ଗ୍ରାମର ସୁବଳ ଚନ୍ଦ୍ର ବେହେରା ୧୨ ଏକର ଜମିର କଟା ଧାନକୁ ଅମଳ କରି ଧାନଖଳାରେ ଗଚ୍ଛିତ କରି ରଖିଥିଲେ।

ଅଗ୍ନିକାଣ୍ଡରେ ଧାନଖଳାରେ ଗଚ୍ଛିତ ଥିବା ୨ଶହ କ୍ବିଣ୍ଟାଲ ଧାନରୁ ପାଖାପାଖି ପଚାଶ କ୍ବିଣ୍ଟାଲ ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ବସ୍ତା ଅଗ୍ନିଶମ ବିଭାଗ ପହଞ୍ଚି ଦୀର୍ଘ ୩ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାକୁ ସକ୍ଷମ ହୋଇଥିଲେ। ଏହି ଅଗ୍ନିକାଣ୍ଡରେ ୧ ଲକ୍ଷ ଟଙ୍କାର ଧାନ ପୋଡି ନଷ୍ଟ ହୋଇଯାଇଛି । ଏହି ପରିବାରକୁ ଧାନପୋଡ଼ି ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି