ଶିମିଳିପାଳରେ ଶୂନ ଡିଗ୍ରୀ, ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜାଡ଼ରେ ଥରୁଛି ସାରା ଓଡ଼ିଶା । ହାଡ଼ ଭଙ୍ଗା ଶୀତରେ ଘରୁବାହାରିବା ହେଉଛି ମୁସ୍କିଲ । ସକାଳୁ କୁହୁଡ଼ି ସାଙ୍ଗକୁ ଥଣ୍ଡା ପବନ । ଶିମିଳିପାଳରେ ଶୂନ ଡିଗ୍ରୀ ଛୁଇଁଛି ତାପମାତ୍ରା । କାଶ୍ମୀର ପାଲଟି ଯାଇଛି ଆଭ୍ୟନ୍ତରୀଣ ଶିମିଳିପାଳ । କେତେକ ସ୍ଥାନରେ ବରଫପାତ ହୋଇଥିବା ନଜରକୁ ଆସିଛି । ଏନେଇ ଶିମିଳିପାଳ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ପାଣିପାଗ ବିଭାଗର ସୂଚନା ଅନୁସାରେ କନ୍ଧମାଳ ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି ।

କୋରାପୁଟ ସେମିଳିଗୁଡାରେ ୫ ଦଶମିକ ୭, ସୁନ୍ଦରଗଡ଼ କୋରେଇରେ ୬ ଦଶମିକ ୬, କୋରାପୁଟରେ ପାରଦ ରହିଛି ୭ ଦଶମିକ ୬ ଡିଗ୍ରୀ । ୧୬ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ସେହିପରି ଭୁବନେଶ୍ୱର ଓ କଟକର ତାପମାତ୍ରା ୧୨ ଡିଗ୍ରୀକୁ ଖସି ଆସିଛି । ପାଣିପାଗ ବିଭାଗର ତଥ୍ୟ ଅନୁସାରେ ଆଜିଠାରୁ ଧୀରେ ଧୀରେ ଶୀତ କମିବ । ୨ରୁ ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବ । ୨୪ ତାରିଖ ସକାଳ ପର୍ୟ୍ୟନ୍ତ ଘନ କୁହୁଡି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଯାଜପୁର, ନୟାଗଡ଼, ପୁରୀ ଆଦି ସ୍ଥାନରେ ଆଜି ରାତି ଓ ଆସନ୍ତାକାଲି ସକାଳେ ଘନ କୁହୁଡିର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ