Masthead

ମାସ୍କ ବାଧ୍ୟତାମୂଳକ ପାଇଁ ଗାଇଡ଼ଲାଇନ ଆସିନାହିଁ: ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋଭିଡର ନୂଆ ଭେରିଆଣ୍ଟକୁ ନେଇ ଚିନ୍ତାରେ ସାରା ରାଜ୍ୟ । ଏହାରି ମଧ୍ୟରେ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । କୋଭିଡ ଲକ୍ଷଣ ଦେଖାଗଲେ ପରୀକ୍ଷା କରିବା ପାଇଁ ସେ ଅପିଲ କରିଛନ୍ତିି । ଆବଶ୍ୟକ ପଡିଲେ ପରୀକ୍ଷା ସେଣ୍ଟର ବଢ଼ାଯିବ, ମାସ୍କ ବାଧ୍ୟତା ମୂଳକ ପାଇଁ ଗାଇଡ଼ଲାଇନ ଅସିନଥିବା ସେ କହିଛନ୍ତି । ‘ଏ ପର୍ଯ୍ୟନ୍ତ ଓଡ଼ିଶାରେ କୋଭିଡ ଚି଼ହ୍ନଟ ହୋଇନାହିଁ କିନ୍ତୁ ଟେଷ୍ଟିଙ୍ଗ ଜାରି ରହିଛି’ ।

ଭାରତ ସରକାରଙ୍କ ନିର୍ଦ୍ଦେଶ ନାମା ସହ ଅନ୍ତର୍ଜାତୀୟ ଏକ୍ସପର୍ଟଙ୍କ କହିବା ଅନୁଯାଇ ଆମେ ସତର୍କ ରହିବା । କରୋନାର ନୂଆ ଭେରିଆଣ୍ଟସହ ଲଢିବା ପାଇଁ ସର୍ଭିଲାନ୍ସ ବଢେଇବା ସହ ସତର୍କ ରହିବା ପାଇଁ ଅପିଲ କରିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦେଶକ । ସେ କହିଛନ୍ତି ଭାରତରେ ଯେତିକି ଲୋକ ପଜେଟିଭ ଆସିଛନ୍ତି ସେମାନଙ୍କ ମଧ୍ୟରୁ ୯୮% ରୁ ଅଧିକ ଲୋକ ଘରେ ରହି ଚିକିତ୍ସିତ ହେଉଛନ୍ତି । କରୋନା ବର୍ତ୍ତମାନ ସୁଦ୍ଧା ସିଭିୟର ହୋଇନାହିଁ । ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାଇ ଚିକିତ୍ସା କରାଯିବ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି