Masthead

ଆଜିଠୁ କମିବ ଥଣ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଅସହ୍ୟ ଜାଡ । ତଳକୁ ତଳକୁ ଖସୁଛି ପାରଦ। ସେପଟେ ଆଜିଠୁ ଥଣ୍ଡା କମିବା ସମ୍ଭାବନା ରହିଛି । ରାଜ୍ୟ ମଧ୍ୟକୁ ଉତ୍ତର ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ଦୁର୍ବଳ ଏବଂ ଆକାଶ ନିର୍ମଳ ଥିବାରୁ ଆଜିଠୁ ଶୀତର ପ୍ରକୋପ ସାମାନ୍ୟ କମିବା ସମ୍ଭାବନା ରହିଛି । ଏଥିସହ ୨୫ ତାରିଖ ଯାଏଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ଘନ କୁହୁଡି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘନ କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍ ରହିବା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାୟୁମଣ୍ଡଳରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେବାକୁ ଥିବାରୁ ୨୩ ଏବଂ ୨୪ ତାରିଖରେ ପ୍ରବଳ କୁହୁଡ଼ି ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୩ ତାରିଖରେ ୧୦ ଜିଲ୍ଲା ଏବଂ ୨୪ ତାରିଖରେ ୧୮ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସପ୍ତାହେ ହେଲା ଅଧିକାଂଶ ଅଞ୍ଚଳରେ ରାତି ପାରଦ ୧୫ ଡିଗ୍ରୀ ତଳକୁ ଚାଲିଯାଉଛି । ଗତ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ଚଳିତ ବର୍ଷର ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି। ଜି. ଉଦୟଗିରିରେ ପାରଦ ସର୍ବନିମ୍ନ ୪ ଡିଗ୍ରୀକୁ ଖସିଛି । ସିମିଳିଗୁଡାରେ ୫.୭ , ଫୁଲବାଣୀ ୬.୫, କିରେଇ ୬.୬, କୋରାପୁଟ ୭.୬, ଅନୁଗୁଳ ୮ ଡିଗ୍ରୀ ସମେତ ୧୬ ସ୍ଥାନର ସର୍ବନିମ୍ନ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଭୁବନେଶ୍ୱରର ସର୍ବନିମ୍ନ ରାତି ତାପମାତ୍ରା ୧୨.୪ ଡିଗ୍ରୀ ଓ କଟକରେ ୧୨.୮ ଡିଗ୍ରୀ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି